Zechariah 10:2 in Oriya 2 କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।
Other Translations King James Version (KJV) For the idols have spoken vanity, and the diviners have seen a lie, and have told false dreams; they comfort in vain: therefore they went their way as a flock, they were troubled, because there was no shepherd.
American Standard Version (ASV) For the teraphim have spoken vanity, and the diviners have seen a lie; and they have told false dreams, they comfort in vain: therefore they go their way like sheep, they are afflicted, because there is no shepherd.
Bible in Basic English (BBE) For the images have said what is not true, and the readers of signs have seen deceit; they have given accounts of false dreams, they give comfort to no purpose: so they go out of the way like sheep, they are troubled because they have no keeper.
Darby English Bible (DBY) For the teraphim have spoken vanity, and the diviners have seen a lie, and have told false dreams: they comfort in vain. Therefore they have gone away as a flock, they are in distress, because there is no shepherd.
World English Bible (WEB) For the teraphim have spoken vanity, and the diviners have seen a lie; And they have told false dreams. They comfort in vain. Therefore they go their way like sheep. They are oppressed, because there is no shepherd.
Young's Literal Translation (YLT) Because the teraphim did speak iniquity, And the diviners have seen a falsehood, And dreams of the vanity they speak, `With' vanity they give comfort, Therefore they have journeyed as a flock, They are afflicted, for there is no shepherd.
Cross Reference Genesis 31:19 in Oriya 19 ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
Numbers 27:17 in Oriya 17 ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି, ଯେ ସେମାନଙ୍କର ପଥ ପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”
Judges 18:14 in Oriya 14 ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କ'ଣ ତୁମ୍ଭେମାନେ ଜାଣ ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।
1 Kings 22:17 in Oriya 17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
Job 13:4 in Oriya 4 ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ।
Job 21:34 in Oriya 34 ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ।”
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 46:5 in Oriya 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ?
Jeremiah 6:14 in Oriya 14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ “ଶାନ୍ତି ଶାନ୍ତି' ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।”
Jeremiah 8:11 in Oriya 11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Jeremiah 13:17 in Oriya 17 ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Jeremiah 14:13 in Oriya 13 ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।”
Jeremiah 14:22 in Oriya 22 ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Jeremiah 23:17 in Oriya 17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;' ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।'
Jeremiah 23:25 in Oriya 25 ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି' ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।
Jeremiah 27:9 in Oriya 9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ' ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Jeremiah 28:4 in Oriya 4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି; “କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”
Jeremiah 28:15 in Oriya 15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
Jeremiah 29:8 in Oriya 8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।
Jeremiah 29:21 in Oriya 21 କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;
Jeremiah 37:19 in Oriya 19 ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ‘ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ,' ସେମାନେ ଏବେ କାହାନ୍ତି ?
Jeremiah 50:17 in Oriya 17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
Jeremiah 51:23 in Oriya 23 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।
Lamentations 2:14 in Oriya 14 ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
Ezekiel 13:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
Ezekiel 13:22 in Oriya 22 ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
Ezekiel 21:21 in Oriya 21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
Ezekiel 21:29 in Oriya 29 ଖଡ଼୍ଗ, ଖଡ଼୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ ପରି ହେବ, ଏଥିପାଇଁ ତାହା ମାର୍ଜ୍ଜିତ ହୋଇଅଛି।
Ezekiel 34:5 in Oriya 5 ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।
Ezekiel 34:8 in Oriya 8 ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ,” ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
Hosea 3:4 in Oriya 4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
Micah 2:12 in Oriya 12 ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।
Micah 3:6 in Oriya 6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
Habakkuk 2:18 in Oriya 18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
Matthew 9:36 in Oriya 36 ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।