Zechariah 10:3 in Oriya 3 ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଛାଗଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।
Other Translations King James Version (KJV) Mine anger was kindled against the shepherds, and I punished the goats: for the LORD of hosts hath visited his flock the house of Judah, and hath made them as his goodly horse in the battle.
American Standard Version (ASV) Mine anger is kindled against the shepherds, and I will punish the he-goats; for Jehovah of hosts hath visited his flock, the house of Judah, and will make them as his goodly horse in the battle.
Bible in Basic English (BBE) My wrath is burning against the keepers of the flock, and I will send punishment on the he-goats: for the Lord of armies takes care of his flock, the people of Judah, and will make them like the horse of his pride in the fight.
Darby English Bible (DBY) Mine anger is kindled against the shepherds, and I will punish the he-goats; for Jehovah of hosts visiteth his flock, the house of Judah, and maketh them as his majestic horse in the battle.
World English Bible (WEB) My anger is kindled against the shepherds, And I will punish the male goats; For Yahweh of Hosts has visited his flock, the house of Judah, And will make them as his horse in the battle that he is proud of.
Young's Literal Translation (YLT) Against the shepherds did Mine anger burn, And against the he-goats I lay a charge, For inspected hath Jehovah of Hosts His flock, the house of Judah, And set them as His beauteous horse in battle.
Cross Reference Exodus 4:31 in Oriya 31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।
Ruth 1:6 in Oriya 6 ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।
Proverbs 21:31 in Oriya 31 ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।
Song of Solomon 1:9 in Oriya 9 ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
Isaiah 10:12 in Oriya 12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
Isaiah 24:21 in Oriya 21 ପୁଣି, ସେହି ଦିନ ସଦାପ୍ରଭୁ ଉର୍ଦ୍ଧ୍ୱରେ ଉର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।
Isaiah 56:9 in Oriya 9 ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।
Jeremiah 10:21 in Oriya 21 କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।
Jeremiah 11:22 in Oriya 22 ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;
Jeremiah 23:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର !”
Jeremiah 25:12 in Oriya 12 ପୁଣି, ସଦାପ୍ରଭୁ କହନ୍ତି, “ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକି ଓ କଲ୍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।
Jeremiah 25:34 in Oriya 34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
Jeremiah 50:6 in Oriya 6 ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି।
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Ezekiel 34:7 in Oriya 7 ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Ezekiel 34:16 in Oriya 16 “ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
Ezekiel 34:20 in Oriya 20 ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ପଶୁ ଓ କ୍ଷୀଣ ପଶୁ ମଧ୍ୟରେ ବିଚାର କରିବା।
Zephaniah 1:8 in Oriya 8 ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।
Zephaniah 2:7 in Oriya 7 ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।
Zechariah 11:5 in Oriya 5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।
Zechariah 11:17 in Oriya 17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ଼୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।
Matthew 25:32 in Oriya 32 ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,
Luke 1:68 in Oriya 68 ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ୱର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
1 Peter 2:12 in Oriya 12 ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଇଶ୍ବରଙ୍କ ଗୌରବ କରିବେ।