Zechariah 10:5 in Oriya 5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।
Other Translations King James Version (KJV) And they shall be as mighty men, which tread down their enemies in the mire of the streets in the battle: and they shall fight, because the LORD is with them, and the riders on horses shall be confounded.
American Standard Version (ASV) And they shall be as mighty men, treading down `their enemies' in the mire of the streets in the battle; and they shall fight, because Jehovah is with them; and the riders on horses shall be confounded.
Bible in Basic English (BBE) Together they will be like men of war, crushing down their haters into the earth of the streets in the fight; they will make war because the Lord is with them: and the horsemen will be shamed.
Darby English Bible (DBY) And they shall be as mighty men, treading down the mire of the streets in the battle; and they shall fight, for Jehovah is with them, and the riders on horses shall be put to shame.
World English Bible (WEB) They shall be as mighty men, Treading down muddy streets in the battle; And they shall fight, because Yahweh is with them; And the riders on horses will be confounded.
Young's Literal Translation (YLT) And they have been as heroes, Treading in mire of out-places in battle, And they have fought, for Jehovah `is' with them, And have put to shame riders of horses.
Cross Reference Deuteronomy 20:1 in Oriya 1 ‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Joshua 10:14 in Oriya 14 ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Joshua 10:42 in Oriya 42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
1 Samuel 16:18 in Oriya 18 ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।
2 Samuel 22:8 in Oriya 8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।
2 Samuel 22:43 in Oriya 43 ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
Psalm 18:42 in Oriya 42 ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।
Psalm 20:7 in Oriya 7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Psalm 33:16 in Oriya 16 କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
Psalm 45:3 in Oriya 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ।
Isaiah 8:9 in Oriya 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।
Isaiah 10:6 in Oriya 6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
Isaiah 25:10 in Oriya 10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।
Isaiah 41:12 in Oriya 12 ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନ ହେବେ।
Ezekiel 38:15 in Oriya 15 ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେମାନେ ସମସ୍ତେ ଅଶ୍ୱାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
Joel 3:12 in Oriya 12 ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
Amos 2:15 in Oriya 15 ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
Micah 7:10 in Oriya 10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
Haggai 2:22 in Oriya 22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ଼୍ଗ ଦ୍ୱାରା ପତିତ ହେବେ।
Zechariah 9:13 in Oriya 13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍ଗ ସ୍ୱରୂପ କରିବା।
Zechariah 12:4 in Oriya 4 ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।”
Zechariah 12:8 in Oriya 8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
Zechariah 14:3 in Oriya 3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।
Zechariah 14:13 in Oriya 13 ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ।
Matthew 4:3 in Oriya 3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଇଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।”
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Luke 24:19 in Oriya 19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
Acts 7:22 in Oriya 22 ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।
Acts 18:24 in Oriya 24 ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
2 Corinthians 10:4 in Oriya 4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଇଶ୍ବରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ);
2 Timothy 4:7 in Oriya 7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
Revelation 19:13 in Oriya 13 ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଇଶ୍ବରଙ୍କ ବାକ୍ୟ।
Revelation 19:17 in Oriya 17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଇଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,