Zechariah 10:7 in Oriya 7 ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
Other Translations King James Version (KJV) And they of Ephraim shall be like a mighty man, and their heart shall rejoice as through wine: yea, their children shall see it, and be glad; their heart shall rejoice in the LORD.
American Standard Version (ASV) And `they of' Ephraim shall be like a mighty man, and their heart shall rejoice as through wine; yea, their children shall see it, and rejoice; their heart shall be glad in Jehovah.
Bible in Basic English (BBE) And Ephraim will be like a man of war, and their hearts will be glad as with wine; and their children will see it with joy; their hearts will be glad in the Lord.
Darby English Bible (DBY) And [they of] Ephraim shall be like a mighty man, and their hearts shall rejoice as through wine; and their children shall see [it], and rejoice; their heart shall be joyful in Jehovah.
World English Bible (WEB) Ephraim will be like a mighty man, And their heart will rejoice as through wine; Yes, their children will see it, and rejoice. Their heart will be glad in Yahweh.
Young's Literal Translation (YLT) And Ephraim hath been as a hero, And rejoiced hath their heart as wine, And their sons see, and they have rejoiced, Rejoice doth their heart in Jehovah.
Cross Reference Genesis 18:19 in Oriya 19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
Genesis 43:34 in Oriya 34 ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।
1 Samuel 2:1 in Oriya 1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
Psalm 13:5 in Oriya 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
Psalm 28:7 in Oriya 7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ' ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
Psalm 90:16 in Oriya 16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
Psalm 102:28 in Oriya 28 ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।
Psalm 104:15 in Oriya 15 ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
Proverbs 31:6 in Oriya 6 ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
Isaiah 38:19 in Oriya 19 ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।
Isaiah 66:14 in Oriya 14 ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।
Jeremiah 32:39 in Oriya 39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Habakkuk 3:18 in Oriya 18 ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
Zephaniah 3:14 in Oriya 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
Zechariah 9:15 in Oriya 15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
Zechariah 9:17 in Oriya 17 ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।
Luke 1:47 in Oriya 47 ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି;
John 16:22 in Oriya 22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
Acts 2:13 in Oriya 13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।
Acts 2:26 in Oriya 26 ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
Acts 2:39 in Oriya 39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।
Acts 13:33 in Oriya 33 ଈଶ୍ୱର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଗୀତସଂହିତା ଦୁଇ ଅଧ୍ୟାୟରେ ମଧ୍ୟ ଲେଖା ଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”
Ephesians 5:18 in Oriya 18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ