Zechariah 11:17 in Oriya 17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ଼୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।
Other Translations King James Version (KJV) Woe to the idol shepherd that leaveth the flock! the sword shall be upon his arm, and upon his right eye: his arm shall be clean dried up, and his right eye shall be utterly darkened.
American Standard Version (ASV) Woe to the worthless shepherd that leaveth the flock! the sword shall be upon his arm, and upon his right eye: his arm shall be clean dried up, and his right eye shall be utterly darkened.
Bible in Basic English (BBE) A curse on the foolish keeper who goes away from the flock! the sword will be on his arm and on his right eye: his arm will become quite dry and his eye will be made completely dark.
Darby English Bible (DBY) Woe to the worthless shepherd that leaveth the flock! The sword shall be upon his arm, and upon his right eye; his arm shall be clean dried up, and his right eye utterly darkened.
World English Bible (WEB) Woe to the worthless shepherd who leaves the flock! The sword will be on his arm, and on his right eye. His arm will be completely withered, and his right eye will be totally blinded!"
Young's Literal Translation (YLT) Wo `to' the worthless shepherd, forsaking the flock, A sword `is' on his arm, and on his right eye, His arm is utterly dried up, And his right eye is very dim!'
Cross Reference 1 Samuel 2:31 in Oriya 31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।
1 Kings 13:4 in Oriya 4 ତହିଁରେ ପରମେଶ୍ୱରଙ୍କ ଲୋକ ବୈଥେଲସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।
Isaiah 6:9 in Oriya 9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।
Isaiah 9:15 in Oriya 15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ,
Isaiah 29:10 in Oriya 10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
Isaiah 42:19 in Oriya 19 ଆମ୍ଭର ଦାସ ଛଡ଼ା ଅନ୍ଧ କିଏ ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ ?
Isaiah 44:10 in Oriya 10 ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି ?
Jeremiah 22:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।
Jeremiah 23:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର !”
Jeremiah 23:32 in Oriya 32 ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
Jeremiah 50:35 in Oriya 35 ସଦାପ୍ରଭୁ କହନ୍ତି, “କଲ୍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।
Ezekiel 13:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।”
Ezekiel 30:21 in Oriya 21 “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ଼୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।”
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Hosea 4:5 in Oriya 5 ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
Amos 8:9 in Oriya 9 ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
Micah 3:6 in Oriya 6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 23:16 in Oriya 16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ବାରା ବନ୍ଧା।
Luke 11:42 in Oriya 42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଇଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ୍।
John 9:39 in Oriya 39 ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।
John 10:12 in Oriya 12 ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
John 12:40 in Oriya 40 ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
Romans 11:7 in Oriya 7 ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
1 Corinthians 8:4 in Oriya 4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ।
1 Corinthians 10:19 in Oriya 19 ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି ?