Zechariah 11:3 in Oriya 3 ମେଷପାଳକଗଣର ହାହାକାର ରବ ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।
Other Translations King James Version (KJV) There is a voice of the howling of the shepherds; for their glory is spoiled: a voice of the roaring of young lions; for the pride of Jordan is spoiled.
American Standard Version (ASV) A voice of the wailing of the shepherds! for their glory is destroyed: a voice of the roaring of young lions! for the pride of the Jordan is laid waste.
Bible in Basic English (BBE) The sound of the crying of the keepers of the flock! for their glory is made waste: the sound of the loud crying of the young lions! for the pride of Jordan is made waste.
Darby English Bible (DBY) A voice of howling of the shepherds; for their glory is spoiled: a voice of roaring of young lions; for the pride of Jordan is spoiled.
World English Bible (WEB) A voice of the wailing of the shepherds! For their glory is destroyed: a voice of the roaring of young lions! For the pride of the Jordan is ruined.
Young's Literal Translation (YLT) A voice of the howling of the shepherds! For destroyed was their robe of honour, A voice of the roaring of young lions! For destroyed was the excellency of Jordan.
Cross Reference 1 Samuel 4:21 in Oriya 21 ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
Psalm 22:21 in Oriya 21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣାର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।
Isaiah 65:15 in Oriya 15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
Jeremiah 2:15 in Oriya 15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ ବିହୀନ ହୋଇଅଛି।
Jeremiah 2:30 in Oriya 30 ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
Jeremiah 7:4 in Oriya 4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।
Jeremiah 7:11 in Oriya 11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି ? ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।'
Jeremiah 25:34 in Oriya 34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
Jeremiah 26:6 in Oriya 6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।'”
Jeremiah 49:19 in Oriya 19 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି ?
Jeremiah 50:44 in Oriya 44 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି ?
Ezekiel 19:3 in Oriya 3 ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
Ezekiel 24:21 in Oriya 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍ଗରେ ପତିତ ହେବେ।
Hosea 1:9 in Oriya 9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
Hosea 10:5 in Oriya 5 ଶମରୀୟା ନିବାସୀଗଣ ବୈଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
Joel 1:13 in Oriya 13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।
Amos 8:8 in Oriya 8 ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।
Zephaniah 1:10 in Oriya 10 ପୁଣି, ସଦାପ୍ରଭୁ କହନ୍ତି, ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।
Zephaniah 3:3 in Oriya 3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
Zephaniah 3:11 in Oriya 11 ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
Zechariah 11:8 in Oriya 8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।
Zechariah 11:15 in Oriya 15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।”
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Matthew 15:14 in Oriya 14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।
Matthew 21:43 in Oriya 43 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Acts 6:11 in Oriya 11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଇଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Acts 22:21 in Oriya 21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ।
Romans 11:7 in Oriya 7 ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
James 5:1 in Oriya 1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।