Zechariah 11:5 in Oriya 5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।
Other Translations King James Version (KJV) Whose possessors slay them, and hold themselves not guilty: and they that sell them say, Blessed be the LORD; for I am rich: and their own shepherds pity them not.
American Standard Version (ASV) whose possessors slay them, and hold themselves not guilty; and they that sell them say, Blessed be Jehovah, for I am rich; and their own shepherds pity them not.
Bible in Basic English (BBE) Whose owners put them to death and have no sense of sin; and those who get a price for them say, May the Lord be praised for I have much wealth: and the keepers of the flock have no pity for them.
Darby English Bible (DBY) whose possessors slay them without being held guilty; and they that sell them say, Blessed be Jehovah! for I am become rich; and their own shepherds pity them not.
World English Bible (WEB) Their buyers slaughter them, and go unpunished. Those who sell them say, 'Blessed be Yahweh, for I am rich;' and their own shepherds don't pity them.
Young's Literal Translation (YLT) Whose buyers slay them, and are not guilty, And their sellers say, Blessed `is' Jehovah, And I am rich, And their shepherds have no pity on them.
Cross Reference Genesis 37:26 in Oriya 26 ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକି ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ ?
Deuteronomy 29:19 in Oriya 19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।
2 Kings 4:1 in Oriya 1 ଭବିଷ୍ୟଦ୍ବକ୍ତାମାନଙ୍କ ପୁତ୍ରଗଣର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ସ୍ତ୍ରୀ ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋ' ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”
Nehemiah 5:8 in Oriya 8 ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କ'ଣ ଆପଣା ଭାଇମାନଙ୍କୁ ବିକ୍ରି କରିବ ? ଓ ସେମାନେ କ'ଣ ଆମ୍ଭମାନଙ୍କ ନିକଟରେ ବିକାଯିବେ ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।
Jeremiah 2:3 in Oriya 3 ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି।
Jeremiah 23:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର !”
Jeremiah 50:7 in Oriya 7 ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।
Ezekiel 22:25 in Oriya 25 ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Ezekiel 34:6 in Oriya 6 ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।”
Ezekiel 34:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”
Ezekiel 34:18 in Oriya 18 ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି ?
Ezekiel 34:21 in Oriya 21 ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
Hosea 12:8 in Oriya 8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋ'ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ'ଠାରେ ପାଇବେ ନାହିଁ।”
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Micah 3:9 in Oriya 9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Matthew 21:12 in Oriya 12 ପରେ ଯୀଶୁ ଇଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
John 10:1 in Oriya 1 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
John 10:12 in Oriya 12 ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
John 16:2 in Oriya 2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
1 Timothy 6:5 in Oriya 5 ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
2 Peter 2:3 in Oriya 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
Revelation 18:13 in Oriya 13 ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।