Zechariah 11:6 in Oriya 6 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ।”
Other Translations King James Version (KJV) For I will no more pity the inhabitants of the land, saith the LORD: but, lo, I will deliver the men every one into his neighbour's hand, and into the hand of his king: and they shall smite the land, and out of their hand I will not deliver them.
American Standard Version (ASV) For I will no more pity the inhabitants of the land, saith Jehovah; but, lo, I will deliver the men every one into his neighbor's hand, and into the hand of his king; and they shall smite the land, and out of their hand I will not deliver them.
Bible in Basic English (BBE) For I will have no more pity for the people of the land, says the Lord; but I will give up everyone into his neighbour's hand and into the hand of his king: and they will make the land waste, and I will not keep them safe from their hands.
Darby English Bible (DBY) For I will no more pity the inhabitants of the land, saith Jehovah, and behold, I will deliver men, every one into his neighbour's hand, and into the hand of his king; and they shall smite the land, and I will not deliver out of their hand.
World English Bible (WEB) For I will no more pity the inhabitants of the land," says Yahweh; "but, behold, I will deliver the men everyone into his neighbor's hand, and into the hand of his king. They will strike the land, and out of their hand I will not deliver them."
Young's Literal Translation (YLT) For I have pity no more on inhabitants of the land, An affirmation of Jehovah, And lo, I am causing man to come forth, Each into the hand of his neighbour, And into the hand of his king, And they have beaten down the land, And I do not deliver out of their hand.'
Cross Reference Psalm 50:22 in Oriya 22 ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।
Isaiah 3:5 in Oriya 5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
Isaiah 9:19 in Oriya 19 ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
Isaiah 27:11 in Oriya 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Jeremiah 13:14 in Oriya 14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।'”
Ezekiel 8:18 in Oriya 18 ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
Ezekiel 9:10 in Oriya 10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”
Daniel 9:26 in Oriya 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Hosea 1:6 in Oriya 6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା (ଅଦୟା ପାତ୍ରୀ) ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
Hosea 2:10 in Oriya 10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
Micah 5:8 in Oriya 8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।
Micah 6:14 in Oriya 14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍ଗକୁ ଦେବା।
Micah 7:2 in Oriya 2 ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
Haggai 2:22 in Oriya 22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ଼୍ଗ ଦ୍ୱାରା ପତିତ ହେବେ।
Zechariah 8:10 in Oriya 10 କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।
Zechariah 11:5 in Oriya 5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।
Zechariah 11:9 in Oriya 9 ସେତେବେଳେ ମୁଁ କହିଲି, “ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ।”
Zechariah 11:14 in Oriya 14 ଏଉତ୍ତାରେ ମୁଁ ‘ବନ୍ଧନୀ' ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।
Zechariah 14:13 in Oriya 13 ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ।
Malachi 4:6 in Oriya 6 ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।
Matthew 10:21 in Oriya 21 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।
Matthew 10:34 in Oriya 34 ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ଼୍ଗ ଦେବାକୁ ଆସିଅଛି।
Matthew 18:33 in Oriya 33 ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହ ଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା ?
Matthew 22:7 in Oriya 7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ।
Matthew 23:35 in Oriya 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Matthew 24:10 in Oriya 10 ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,
Luke 12:52 in Oriya 52 କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ।
Luke 19:43 in Oriya 43 ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,
Luke 21:16 in Oriya 16 କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
Luke 21:22 in Oriya 22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
John 19:15 in Oriya 15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
1 Thessalonians 2:16 in Oriya 16 କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।
Hebrews 2:3 in Oriya 3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା ? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
Hebrews 10:26 in Oriya 26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
James 2:13 in Oriya 13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।