Zechariah 11:9 in Oriya 9 ସେତେବେଳେ ମୁଁ କହିଲି, “ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ।”
Other Translations King James Version (KJV) Then said I, I will not feed you: that that dieth, let it die; and that that is to be cut off, let it be cut off; and let the rest eat every one the flesh of another.
American Standard Version (ASV) Then said I, I will not feed you: that which dieth, let it die; and that which is to be cut off, let it be cut off; and let them that are left eat every one the flesh of another.
Bible in Basic English (BBE) And I said, I will not take care of you: If death comes to any, let death be its fate; if any is cut off, let it be cut off; and let the rest take one another's flesh for food.
Darby English Bible (DBY) And I said, I will not feed you: that which dieth, let it die; and that which perisheth let it perish; and let them which are left eat every one the flesh of another.
World English Bible (WEB) Then I said, "I will not feed you. That which dies, let it die; and that which is to be cut off, let it be cut off; and let those who are left eat each other's flesh."
Young's Literal Translation (YLT) And I say, `I do not feed you, the dying, let die; and the cut off, let be cut off; and the remaining ones, let each eat the flesh of its neighbour.'
Cross Reference Deuteronomy 28:53 in Oriya 53 ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ।
Psalm 69:22 in Oriya 22 ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।
Isaiah 9:19 in Oriya 19 ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
Jeremiah 15:2 in Oriya 2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?' ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।'”
Jeremiah 19:9 in Oriya 9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।”
Jeremiah 23:33 in Oriya 33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ ?' ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।'
Jeremiah 23:39 in Oriya 39 ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା,ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
Jeremiah 43:11 in Oriya 11 ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।
Ezekiel 5:10 in Oriya 10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
Matthew 13:10 in Oriya 10 ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି ?
Matthew 15:14 in Oriya 14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।
Matthew 21:19 in Oriya 19 ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ। ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା।
Matthew 21:43 in Oriya 43 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।
Matthew 23:38 in Oriya 38 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି।
John 8:21 in Oriya 21 ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।
John 8:24 in Oriya 24 ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।
John 12:35 in Oriya 35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।
Acts 13:46 in Oriya 46 ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
Acts 28:26 in Oriya 26 ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ,କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
Revelation 22:11 in Oriya 11 ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।