Zechariah 12:3 in Oriya 3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
Other Translations King James Version (KJV) And in that day will I make Jerusalem a burdensome stone for all people: all that burden themselves with it shall be cut in pieces, though all the people of the earth be gathered together against it.
American Standard Version (ASV) And it shall come to pass in that day, that I will make Jerusalem a burdensome stone for all the peoples; all that burden themselves with it shall be sore wounded; and all the nations of the earth shall be gathered together against it.
Bible in Basic English (BBE) And it will come about in that day that I will make Jerusalem a stone of great weight for all the peoples; all those who take it up will be badly wounded; and all the nations of the earth will come together against it.
Darby English Bible (DBY) And it shall come to pass in that day [that] I will make Jerusalem a burdensome stone unto all peoples: all that burden themselves with it shall certainly be wounded, and all the nations of the earth shall be assembled together against it.
World English Bible (WEB) It will happen in that day, that I will make Jerusalem a burdensome stone for all the peoples. All who burden themselves with it will be severely wounded, and all the nations of the earth will be gathered together against it.
Young's Literal Translation (YLT) And it hath come to pass, in that day, I make Jerusalem a burdensome stone to all the peoples, All loading it are completely pressed down, And gathered against it have been all nations of the earth.
Cross Reference Isaiah 60:12 in Oriya 12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
Isaiah 66:14 in Oriya 14 ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।
Ezekiel 38:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା, ଯଥା;
Daniel 2:34 in Oriya 34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Joel 3:8 in Oriya 8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
Obadiah 1:18 in Oriya 18 ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
Micah 4:11 in Oriya 11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।
Micah 5:8 in Oriya 8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।
Micah 5:15 in Oriya 15 ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।
Micah 7:15 in Oriya 15 ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
Habakkuk 2:17 in Oriya 17 କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।
Zephaniah 3:19 in Oriya 19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।
Haggai 2:22 in Oriya 22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ଼୍ଗ ଦ୍ୱାରା ପତିତ ହେବେ।
Zechariah 2:8 in Oriya 8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।”
Zechariah 10:3 in Oriya 3 ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଛାଗଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।
Zechariah 12:4 in Oriya 4 ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।”
Zechariah 12:6 in Oriya 6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାଶ୍ୱର୍ସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।
Zechariah 12:8 in Oriya 8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
Zechariah 12:11 in Oriya 11 ସେଦିନ ମଗିଦ୍ଦୋନ୍ ଉପତ୍ୟକାରେ ହଦଦ୍ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହା ଶୋକ ହେବ।
Zechariah 13:1 in Oriya 1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
Zechariah 14:2 in Oriya 2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।
Zechariah 14:6 in Oriya 6 ପୁଣି, ସେହି ଦିନ ଏପରି ଘଟିବ ଯେ, ଦୀପ୍ତି, ଥଣ୍ଡା, ବା ବରଫ ହେବ ନାହିଁ।
Zechariah 14:8 in Oriya 8 ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।
Zechariah 14:13 in Oriya 13 ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ।
Matthew 21:44 in Oriya 44 ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।
Luke 20:18 in Oriya 18 ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।
Revelation 16:14 in Oriya 14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଇଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।
Revelation 17:12 in Oriya 12 ଆହୁରି ଯେଉଁ ଦଶ ଶିଙ୍ଗ ଦେଖିଲ, ଏହି ସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାଁନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।
Revelation 19:19 in Oriya 19 ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।
Revelation 20:8 in Oriya 8 ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।