Zechariah 12:7 in Oriya 7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।
Other Translations King James Version (KJV) The LORD also shall save the tents of Judah first, that the glory of the house of David and the glory of the inhabitants of Jerusalem do not magnify themselves against Judah.
American Standard Version (ASV) Jehovah also shall save the tents of Judah first, that the glory of the house of David and the glory of the inhabitants of Jerusalem be not magnified above Judah.
Bible in Basic English (BBE) And the Lord will give salvation to the tents of Judah first, so that the glory of the family of David and the glory of the people of Jerusalem may not be greater than that of Judah.
Darby English Bible (DBY) And Jehovah shall save the tents of Judah first, that the glory of the house of David and the glory of the inhabitants of Jerusalem be not magnified over Judah.
World English Bible (WEB) Yahweh also will save the tents of Judah first, that the glory of the house of David and the glory of the inhabitants of Jerusalem not be magnified above Judah.
Young's Literal Translation (YLT) And saved hath Jehovah the tents of Judah first, So that become not great against Judah Doth the beauty of the house of David, And the beauty of the inhabitant of Jerusalem.
Cross Reference Job 19:5 in Oriya 5 ଯେବେ ତୁମ୍ଭେମାନେ ନିତାନ୍ତ ମୋ' ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋ' ବିରୁଦ୍ଧରେ ମୋ' ଗ୍ଳାନିର ପ୍ରତିବାଦ କରିବ;
Psalm 35:26 in Oriya 26 ଯେଉଁମାନେ ମୋ' ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ' ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
Psalm 38:16 in Oriya 16 କାରଣ ମୁଁ କହିଲି, କେଜାଣି ସେମାନେ ମୋ' ଉପରେ ଆନନ୍ଦ କରିବେ; ମୋ' ପାଦ ଖସିଗଲା ବେଳେ ସେମାନେ ମୋ' ପ୍ରତିକୂଳରେ ଦର୍ପ କରନ୍ତି।
Psalm 55:12 in Oriya 12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ' ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
Isaiah 2:11 in Oriya 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Isaiah 23:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।
Jeremiah 9:23 in Oriya 23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
Jeremiah 30:18 in Oriya 18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
Amos 9:11 in Oriya 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Zechariah 4:6 in Oriya 6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Zechariah 11:11 in Oriya 11 ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋ' କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ।
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Luke 1:51 in Oriya 51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
Luke 10:21 in Oriya 21 ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।
John 7:47 in Oriya 47 ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ?
Romans 3:27 in Oriya 27 ତେବେ ଗର୍ବ କେଉଁଠାରେ ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା ? କ୍ରିୟାକର୍ମ ଦ୍ୱାରା ? ନୁହେଁ, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା।
1 Corinthians 1:26 in Oriya 26 କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାଁନ୍ତି;
2 Corinthians 4:7 in Oriya 7 ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
James 4:6 in Oriya 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”