Zechariah 14:16 in Oriya 16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ।
Other Translations King James Version (KJV) And it shall come to pass, that every one that is left of all the nations which came against Jerusalem shall even go up from year to year to worship the King, the LORD of hosts, and to keep the feast of tabernacles.
American Standard Version (ASV) And it shall come to pass, that every one that is left of all the nations that came against Jerusalem shall go up from year to year to worship the King, Jehovah of hosts, and to keep the feast of tabernacles.
Bible in Basic English (BBE) And it will come about that everyone who is still living, of all those nations who came against Jerusalem, will go up from year to year to give worship to the King, the Lord of armies, and to keep the feast of tents.
Darby English Bible (DBY) And it shall come to pass, that all that are left of all the nations which came against Jerusalem shall go up from year to year to worship the King, Jehovah of hosts, and to celebrate the feast of tabernacles.
World English Bible (WEB) It will happen that everyone who is left of all the nations that came against Jerusalem will go up from year to year to worship the King, Yahweh of Hosts, and to keep the feast of tents.
Young's Literal Translation (YLT) And it hath come to pass, Every one who hath been left of all the nations, Who are coming in against Jerusalem, They have also gone up from year to year, To bow themselves to the King, Jehovah of Hosts, And to celebrate the feast of the booths.
Cross Reference Leviticus 23:33 in Oriya 33 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
Leviticus 23:39 in Oriya 39 ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ।
Numbers 29:12 in Oriya 12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।
Deuteronomy 16:13 in Oriya 13 ତୁମ୍ଭେ ଆପଣା ଶସ୍ୟ ମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;
Deuteronomy 31:10 in Oriya 10 ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣକ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ,
2 Chronicles 7:8 in Oriya 8 ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ।
2 Chronicles 8:13 in Oriya 13 ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୋଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।
Ezra 3:4 in Oriya 4 ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତି ଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;
Nehemiah 8:14 in Oriya 14 ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;
Psalm 24:7 in Oriya 7 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
Isaiah 6:5 in Oriya 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
Isaiah 60:6 in Oriya 6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
Isaiah 66:18 in Oriya 18 “କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
Isaiah 66:23 in Oriya 23 “ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ,” ଏହା ସଦାପ୍ରଭୁ କହନ୍ତି।
Jeremiah 46:18 in Oriya 18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।
Jeremiah 48:15 in Oriya 15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି।
Jeremiah 51:57 in Oriya 57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
Hosea 12:9 in Oriya 9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
Joel 2:32 in Oriya 32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।”
Zechariah 8:20 in Oriya 20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
Zechariah 9:7 in Oriya 7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଏକ୍ରୋନ୍ ଯିବୂଷୀୟ ତୁଲ୍ୟ ହେବ।
Zechariah 14:17 in Oriya 17 ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ।
Malachi 1:14 in Oriya 14 ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ମହାନ୍ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”
Luke 19:38 in Oriya 38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
John 1:49 in Oriya 49 ନଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଇଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
John 7:2 in Oriya 2 କିନ୍ତୁ ଯିହୂଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
Acts 15:17 in Oriya 17 ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୂଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।
Romans 9:23 in Oriya 23 ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ ?
Romans 11:5 in Oriya 5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
Romans 11:16 in Oriya 16 ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।
Romans 11:26 in Oriya 26 ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।”
Philippians 2:9 in Oriya 9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
Revelation 11:13 in Oriya 13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଇଶ୍ବରଙ୍କ ମହିମା କୀର୍ତ୍ତନ କଲେ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।