Zechariah 14:17 in Oriya 17 ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ।
Other Translations King James Version (KJV) And it shall be, that whoso will not come up of all the families of the earth unto Jerusalem to worship the King, the LORD of hosts, even upon them shall be no rain.
American Standard Version (ASV) And it shall be, that whoso of `all' the families of the earth goeth not up unto Jerusalem to worship the King, Jehovah of hosts, upon them there shall be no rain.
Bible in Basic English (BBE) And it will be that if any one of all the families of the earth does not go up to Jerusalem to give worship to the King, the Lord of armies, on them there will be no rain.
Darby English Bible (DBY) And it shall be, that whoso goeth not up of the families of the earth unto Jerusalem to worship the King, Jehovah of hosts, upon them shall be no rain.
World English Bible (WEB) It will be, that whoever of all the families of the earth doesn't go up to Jerusalem to worship the King, Yahweh of Hosts, on them there will be no rain.
Young's Literal Translation (YLT) And it hath come to pass, That he who doth not go up of the families of the land unto Jerusalem, To bow himself to the King, Jehovah of Hosts, Even on them there is no shower.
Cross Reference Genesis 10:32 in Oriya 32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।
Genesis 12:3 in Oriya 3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
Genesis 28:14 in Oriya 14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
Deuteronomy 11:17 in Oriya 17 ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
Deuteronomy 28:23 in Oriya 23 ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ।
1 Kings 8:35 in Oriya 35 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,
1 Kings 17:1 in Oriya 1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ' ବାକ୍ୟାନୁସାରେ ହେବ।”
2 Chronicles 6:26 in Oriya 26 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;
2 Chronicles 7:13 in Oriya 13 ଆମ୍ଭେ ବୃଷ୍ଟି ନୋହିବା ପାଇଁ ଆକାଶ ରୁଦ୍ଧ କଲେ, କିଅବା ଦେଶ ବିନାଶ କରିବା ପାଇଁ ପଙ୍ଗପାଳମାନଙ୍କୁ ଆଜ୍ଞା ଦେଲେ, ଅଥବା ଆମ୍ଭେ ଆପଣା ଲୋକମାନଙ୍କ ମଧ୍ୟକୁ ମହାମାରୀ ପଠାଇଲେ,
Psalm 2:8 in Oriya 8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।
Psalm 110:5 in Oriya 5 ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
Isaiah 5:6 in Oriya 6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
Isaiah 45:23 in Oriya 23 ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।
Isaiah 60:12 in Oriya 12 କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।
Jeremiah 10:25 in Oriya 25 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।
Jeremiah 14:4 in Oriya 4 ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
Jeremiah 14:22 in Oriya 22 ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Amos 3:2 in Oriya 2 “ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।”
Amos 4:7 in Oriya 7 “ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
Zechariah 14:16 in Oriya 16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ।
Acts 17:26 in Oriya 26 ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
Romans 14:10 in Oriya 10 କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ ? ଆମ୍ଭେମାନେ ସମସ୍ତେ ତ ଇଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା।
James 5:17 in Oriya 17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
Revelation 11:6 in Oriya 6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥି ନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।