Zechariah 14:20 in Oriya 20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।
Other Translations King James Version (KJV) In that day shall there be upon the bells of the horses, HOLINESS UNTO THE LORD; and the pots in the LORD's house shall be like the bowls before the altar.
American Standard Version (ASV) In that day shall there be upon the bells of the horses, HOLY UNTO JEHOVAH; and the pots in Jehovah's house shall be like the bowls before the altar.
Bible in Basic English (BBE) On that day all the bells of the horses will be holy to the Lord, and the pots in the Lord's house will be like the basins before the altar.
Darby English Bible (DBY) In that day shall there be upon the bells of the horses, HOLINESS UNTO JEHOVAH; and the pots in Jehovah's house shall be like the bowls before the altar.
World English Bible (WEB) In that day there will be on the bells of the horses, "HOLY TO YAHWEH;" and the pots in Yahweh's house will be like the bowls before the altar.
Young's Literal Translation (YLT) In that day there is on bells of the horse, `Holy to Jehovah,' And the pots in the house of Jehovah Have been as bowls before the altar.
Cross Reference Exodus 25:29 in Oriya 29 ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।
Exodus 28:33 in Oriya 33 ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।
Exodus 37:16 in Oriya 16 ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
Exodus 39:30 in Oriya 30 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।
Leviticus 6:28 in Oriya 28 ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।
Leviticus 8:9 in Oriya 9 ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
Numbers 4:7 in Oriya 7 ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
Numbers 4:14 in Oriya 14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
Numbers 7:13 in Oriya 13 ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
Numbers 7:19 in Oriya 19 ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
Numbers 7:84 in Oriya 84 ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;
1 Samuel 2:14 in Oriya 14 ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।
2 Chronicles 4:8 in Oriya 8 ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।
Psalm 110:3 in Oriya 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”
Proverbs 21:3 in Oriya 3 ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
Isaiah 23:18 in Oriya 18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।
Ezekiel 46:20 in Oriya 20 ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”
Obadiah 1:17 in Oriya 17 ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବର ବଂଶ ଆପଣାମାନଙ୍କର ଅଧିକାର ଭୋଗ କରିବେ।
Zephaniah 2:11 in Oriya 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Zechariah 9:15 in Oriya 15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
Luke 11:41 in Oriya 41 ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
Acts 10:15 in Oriya 15 ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।
Acts 10:28 in Oriya 28 ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୂଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ୱର ମୋତେ ଦେଖାଇଅଛନ୍ତି।
Acts 11:9 in Oriya 9 କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।
Acts 15:9 in Oriya 9 ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
1 Corinthians 3:16 in Oriya 16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଇଶ୍ବରଙ୍କ ମନ୍ଦିର, ଆଉ ଇଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
Colossians 3:17 in Oriya 17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ।
Colossians 3:22 in Oriya 22 ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।
Titus 1:15 in Oriya 15 ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
1 Peter 4:11 in Oriya 11 କେହି ଯଦି ପ୍ରଚାର କରେ, ତେବେ ସେ ଇଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।
Revelation 1:6 in Oriya 6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
Revelation 5:10 in Oriya 10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଇଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।
Revelation 20:6 in Oriya 6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଇଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।