Zechariah 14:21 in Oriya 21 ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ଡିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ଡି ମଧ୍ୟରୁ ନେଇ ରୋଷେଇ କରିବେ ଓ ତହିଁରେ ପାକ କରିବେ; ପୁଣି, ସେହି ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।
Other Translations King James Version (KJV) Yea, every pot in Jerusalem and in Judah shall be holiness unto the LORD of hosts: and all they that sacrifice shall come and take of them, and seethe therein: and in that day there shall be no more the Canaanite in the house of the LORD of hosts.
American Standard Version (ASV) Yea, every pot in Jerusalem and in Judah shall be holy unto Jehovah of hosts; and all they that sacrifice shall come and take of them, and boil therein: and in that day there shall be no more a Canaanite in the house of Jehovah of hosts.
Bible in Basic English (BBE) And every pot in Jerusalem and in Judah will be holy to the Lord of armies: and all those who make offerings will come and take them for boiling their offerings: in that day there will be no more traders in the house of the Lord of armies.
Darby English Bible (DBY) And every pot in Jerusalem and in Judah shall be holiness unto Jehovah of hosts; and all they that sacrifice shall come and take of them, and seethe therein. And in that day there shall be no more a Canaanite in the house of Jehovah of hosts.
World English Bible (WEB) Yes, every pot in Jerusalem and in Judah will be holy to Yahweh of Hosts; and all those who sacrifice will come and take of them, and cook in them. In that day there will no longer be a Canaanite in the house of Yahweh of Hosts.
Young's Literal Translation (YLT) And every pot in Jerusalem, and in Judah, Have been holy to Jehovah of Hosts, And all those sacrificing have come in, And have taken of them, and boiled in them, And there is no merchant any more in the house of Jehovah of Hosts in that day!
Cross Reference Deuteronomy 12:7 in Oriya 7 ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
Deuteronomy 12:12 in Oriya 12 ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Nehemiah 8:10 in Oriya 10 ଆଉ, ନିହିମିୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
Isaiah 4:3 in Oriya 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;
Isaiah 35:8 in Oriya 8 ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
Ezekiel 44:9 in Oriya 9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।”
Hosea 12:7 in Oriya 7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
Joel 3:17 in Oriya 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
Zechariah 7:6 in Oriya 6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ ?
Zechariah 14:20 in Oriya 20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।
Matthew 21:12 in Oriya 12 ପରେ ଯୀଶୁ ଇଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
Mark 11:15 in Oriya 15 ତାହା ପରେ ସେମାନେ ଯିରୂଶାଲମକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
John 2:15 in Oriya 15 ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;
Romans 14:6 in Oriya 6 ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
1 Corinthians 10:31 in Oriya 31 ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଇଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
Ephesians 2:19 in Oriya 19 ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଇଶ୍ବରଙ୍କ ପରିବାରଭୁକ୍ତ ଅଟ;
1 Timothy 3:15 in Oriya 15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଇଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଇଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
1 Timothy 4:3 in Oriya 3 ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ୱର ଏସବୁ ତ ସୃଷ୍ଟି କରିଅଛନ୍ତି।
Hebrews 3:6 in Oriya 6 କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
1 Peter 4:17 in Oriya 17 କାରଣ ଇଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଇଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !
Revelation 18:11 in Oriya 11 ଆଉ ପୃଥିବୀର ବଣିକମାନେ ତାହା ନିମନ୍ତେ କ୍ରନ୍ଦନ ଓ ଶୋକ କରିବେ, କାରଣ କେହି ସେମାନଙ୍କ ବାଣିଜ୍ୟଦ୍ରବ୍ୟ ଆଉ କ୍ରୟ କରିବ ନାହିଁ ଯଥା,
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।