Zechariah 2:13 in Oriya 13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।
Other Translations King James Version (KJV) Be silent, O all flesh, before the LORD: for he is raised up out of his holy habitation.
American Standard Version (ASV) Be silent, all flesh, before Jehovah; for he is waked up out of his holy habitation.
Bible in Basic English (BBE) For at the shaking of my hand over them, their goods will be taken by those who were their servants: and you will see that the Lord of armies has sent me.
Darby English Bible (DBY) Let all flesh be silent before Jehovah; for he is risen up out of his holy habitation.
World English Bible (WEB) Be silent, all flesh, before Yahweh; for he has roused himself from his holy habitation!"
Young's Literal Translation (YLT) Hush, all flesh, because of Jehovah, For He hath been roused up from His holy habitation!'
Cross Reference Deuteronomy 26:15 in Oriya 15 ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର।
2 Chronicles 30:27 in Oriya 27 ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।
Psalm 11:4 in Oriya 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।
Psalm 46:10 in Oriya 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
Psalm 68:5 in Oriya 5 ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ବିଚାରକର୍ତ୍ତା ଅଟନ୍ତି।
Psalm 78:65 in Oriya 65 ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
Isaiah 26:20 in Oriya 20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ।
Isaiah 42:13 in Oriya 13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 57:5 in Oriya 5 ତୁମ୍ଭେମାନେ ଅଲୋନ୍ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ ?
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Isaiah 63:15 in Oriya 15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ' ପ୍ରତି ନିବୃତ୍ତ ହୋଇଅଛି।
Jeremiah 25:30 in Oriya 30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, “ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।
Habakkuk 2:20 in Oriya 20 ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।
Zephaniah 1:7 in Oriya 7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
Zephaniah 3:8 in Oriya 8 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Romans 9:20 in Oriya 20 କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଇଶ୍ବରଙ୍କ ପ୍ରତିବାଦ କର ? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି ?