Zechariah 2:4 in Oriya 4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”
Other Translations King James Version (KJV) And said unto him, Run, speak to this young man, saying, Jerusalem shall be inhabited as towns without walls for the multitude of men and cattle therein:
American Standard Version (ASV) and said unto him, Run, speak to this young man, saying, Jerusalem shall be inhabited as villages without walls, by reason of the multitude of men and cattle therein.
Bible in Basic English (BBE) Then I said, What have these come to do? And he said, These are the horns which sent Judah in flight, and kept him from lifting up his head: but these men have come to send fear on them and to put down the nations who are lifting up their horns against the land of Judah to send it in flight.
Darby English Bible (DBY) and said unto him, Run, speak to this young man, saying, Jerusalem shall be inhabited as towns without walls for the multitude of men and cattle therein;
World English Bible (WEB) and said to him, "Run, speak to this young man, saying, 'Jerusalem will be inhabited as villages without walls, because of the multitude of men and cattle in it.
Young's Literal Translation (YLT) and he saith unto him, `Run, speak unto this young man, saying: Unwalled villages inhabit doth Jerusalem, From the abundance of man and beast in her midst.
Cross Reference Isaiah 33:20 in Oriya 20 ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତିସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କୀଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।
Isaiah 44:26 in Oriya 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
Isaiah 49:20 in Oriya 20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋ' ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।
Jeremiah 1:6 in Oriya 6 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
Jeremiah 30:18 in Oriya 18 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
Jeremiah 31:24 in Oriya 24 ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।
Jeremiah 31:27 in Oriya 27 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି।
Jeremiah 31:38 in Oriya 38 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।
Jeremiah 33:10 in Oriya 10 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,' ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ୱଂସିତ, ନରଶୂନ୍ୟ, ନିବାସୀ ବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
Jeremiah 33:22 in Oriya 22 ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।'”
Ezekiel 36:10 in Oriya 10 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତିସ୍ଥାନ ହେବ ଓ ଧ୍ୱଂସସ୍ଥାନସକଳ ପୁନଃନିର୍ମିତ ହେବ;
Ezekiel 38:11 in Oriya 11 ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
Daniel 1:17 in Oriya 17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
Micah 7:11 in Oriya 11 ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
Zechariah 1:17 in Oriya 17 ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।”
Zechariah 8:4 in Oriya 4 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।
Zechariah 12:6 in Oriya 6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାଶ୍ୱର୍ସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।
Zechariah 14:10 in Oriya 10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।
1 Timothy 4:12 in Oriya 12 ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ୱାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।