Zechariah 3:1 in Oriya 1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
Other Translations King James Version (KJV) And he shewed me Joshua the high priest standing before the angel of the LORD, and Satan standing at his right hand to resist him.
American Standard Version (ASV) And he showed me Joshua the high priest standing before the angel of Jehovah, and Satan standing at his right hand to be his adversary.
Bible in Basic English (BBE) And he let me see Joshua, the high priest, in his place before the angel of the Lord, and the Satan at his right hand ready to take up a cause against him.
Darby English Bible (DBY) And he shewed me Joshua the high priest standing before the Angel of Jehovah, and Satan standing at his right hand to resist him.
World English Bible (WEB) He showed me Joshua the high priest standing before the angel of Yahweh, and Satan standing at his right hand to be his adversary.
Young's Literal Translation (YLT) And he sheweth me Joshua the high priest standing before the messenger of Jehovah, and the Adversary standing at his right hand, to be an adversary to him.
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Genesis 48:16 in Oriya 16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ' ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
Exodus 3:2 in Oriya 2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
Exodus 23:20 in Oriya 20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
Deuteronomy 10:8 in Oriya 8 ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବା କର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।
Deuteronomy 18:15 in Oriya 15 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।
1 Samuel 6:20 in Oriya 20 ଆହୁରି ବୈଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ ?
1 Chronicles 21:1 in Oriya 1 ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
2 Chronicles 29:11 in Oriya 11 ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।
Ezra 5:2 in Oriya 2 ତହିଁରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।
Job 1:6 in Oriya 6 ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
Job 2:1 in Oriya 1 ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।
Psalm 106:23 in Oriya 23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
Psalm 109:6 in Oriya 6 ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।
Jeremiah 15:19 in Oriya 19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”
Ezekiel 44:11 in Oriya 11 ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।
Ezekiel 44:15 in Oriya 15 ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥ-ଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
Hosea 12:4 in Oriya 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Haggai 1:1 in Oriya 1 ଦାରୀୟାବସ୍ ରାଜାର ଅଧିକାରର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
Haggai 1:12 in Oriya 12 ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁ ସବୁ ବାକ୍ୟ ପ୍ରେରଣ କରିଥିଲେ, ସେହିସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
Haggai 2:4 in Oriya 4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ, ତୁମ୍ଭେ ଏବେ ବଳବାନ୍ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ୍ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ୍ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
Zechariah 1:9 in Oriya 9 ଏଥିରେ ମୁଁ କହିଲି, “ହେ ମୋହର ପ୍ରଭୁ, ଏସବୁ କଅଣ ?” ତହିଁରେ ମୋ' ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, “ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।”
Zechariah 1:13 in Oriya 13 ପୁଣି, ମୋ' ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।
Zechariah 1:19 in Oriya 19 ତହିଁରେ ମୋ' ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”
Zechariah 2:3 in Oriya 3 ଆଉ ଦେଖ, ମୋ' ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,
Zechariah 3:8 in Oriya 8 ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
Zechariah 6:11 in Oriya 11 ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।”
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Luke 21:36 in Oriya 36 କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।
Luke 22:31 in Oriya 31 ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
Acts 7:30 in Oriya 30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।