Zechariah 3:8 in Oriya 8 ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
Other Translations King James Version (KJV) Hear now, O Joshua the high priest, thou, and thy fellows that sit before thee: for they are men wondered at: for, behold, I will bring forth my servant the BRANCH.
American Standard Version (ASV) Hear now, O Joshua the high priest, thou and thy fellows that sit before thee; for they are men that are a sign: for, behold, I will bring forth my servant the Branch.
Bible in Basic English (BBE) Give ear now, O Joshua, the high priest, you and your friends who are seated before you; for these are men who are a sign: for see, I will let my servant the Branch be seen.
Darby English Bible (DBY) Hear now, Joshua the high priest, thou and thy fellows that sit before thee -- for they are men of portent -- for behold, I will bring forth my servant the Branch.
World English Bible (WEB) Hear now, Joshua the high priest, you and your fellows who sit before you; for they are men who are a sign: for, behold, I will bring forth my servant, the Branch.
Young's Literal Translation (YLT) Hear, I pray thee, Joshua, the high priest, Thou and thy companions sitting before thee, (For men of type `are' they,) For lo, I am bringing in My servant -- a Shoot.
Cross Reference Psalm 71:7 in Oriya 7 ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।
Isaiah 4:2 in Oriya 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
Isaiah 8:18 in Oriya 18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
Isaiah 11:1 in Oriya 1 ଏଥିଉତ୍ତାରେ ଯିଶୟର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
Isaiah 20:3 in Oriya 3 ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
Isaiah 42:1 in Oriya 1 ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।
Isaiah 49:3 in Oriya 3 ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”
Isaiah 49:5 in Oriya 5 ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି;)
Isaiah 52:13 in Oriya 13 ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ।
Isaiah 53:2 in Oriya 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 33:15 in Oriya 15 ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।
Ezekiel 12:11 in Oriya 11 ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ୱରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ତ୍ୱ ସ୍ଥାନକୁ ଯିବେ।
Ezekiel 17:22 in Oriya 22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
Ezekiel 24:24 in Oriya 24 ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 34:23 in Oriya 23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
Ezekiel 34:29 in Oriya 29 ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟ ଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।
Ezekiel 37:24 in Oriya 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
Zechariah 6:12 in Oriya 12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!”
Luke 1:78 in Oriya 78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ସୂର୍ଯ୍ୟ ଉଦୟ ହେଲା ପରି ହେବ,
1 Corinthians 4:9 in Oriya 9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
Philippians 2:6 in Oriya 6 ସେ ଈଶ୍ୱରରୂପୀ ହେଲେ ହେଁ ଇଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,