Zechariah 4:7 in Oriya 7 “ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ ?”
Other Translations King James Version (KJV) Who art thou, O great mountain? before Zerubbabel thou shalt become a plain: and he shall bring forth the headstone thereof with shoutings, crying, Grace, grace unto it.
American Standard Version (ASV) Who art thou, O great mountain? before Zerubbabel `thou shalt become' a plain; and he shall bring forth the top stone with shoutings of Grace, grace, unto it.
Bible in Basic English (BBE) Who are you, O great mountain? before Zerubbabel you will become level: and he will let all see the headstone, with cries of Grace, grace, to it.
Darby English Bible (DBY) Who art thou, O great mountain? before Zerubbabel [thou dost become] a plain; and he shall bring forth the head-stone with shoutings: Grace, grace unto it!
World English Bible (WEB) Who are you, great mountain? Before Zerubbabel you are a plain; and he will bring out the capstone with shouts of 'Grace, grace, to it!'"
Young's Literal Translation (YLT) Who `art' thou, O great mountain Before Zerubbabel -- for a plain! And he hath brought forth the top-stone, Cries of Grace, grace -- `are' to it.'
Cross Reference Ezra 3:11 in Oriya 11 ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚୈଃସ୍ୱରରେ ଜୟଧ୍ୱନି କଲେ।
Ezra 6:15 in Oriya 15 ଦାରୀୟାବସ ରାଜାର ଅଧିକାରର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା।
Job 38:6 in Oriya 6 କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା ? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ
Psalm 114:4 in Oriya 4 ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
Psalm 114:6 in Oriya 6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ ?
Psalm 118:22 in Oriya 22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
Isaiah 28:16 in Oriya 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
Isaiah 40:3 in Oriya 3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।
Isaiah 41:15 in Oriya 15 “ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ-ମର୍ଦ୍ଦନ-ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ଭୂଷି ତୁଲ୍ୟ କରିବ।
Isaiah 64:1 in Oriya 1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Jeremiah 51:25 in Oriya 25 ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
Daniel 2:34 in Oriya 34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
Micah 1:4 in Oriya 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Micah 4:1 in Oriya 1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Nahum 1:5 in Oriya 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Habakkuk 3:6 in Oriya 6 ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।
Haggai 2:6 in Oriya 6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;
Haggai 2:21 in Oriya 21 ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲକୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
Zechariah 4:9 in Oriya 9 “ଯିରୁବ୍ବାବିଲଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”
Zechariah 14:4 in Oriya 4 ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ୍ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।
Matthew 21:21 in Oriya 21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ତାହାହେଲେ ତାହା ହେବ।
Matthew 21:42 in Oriya 42 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?
Mark 12:10 in Oriya 10 ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
Luke 3:5 in Oriya 5 ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
Luke 20:17 in Oriya 17 କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା ?
Acts 4:11 in Oriya 11 ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି।
Romans 11:6 in Oriya 6 କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
Ephesians 2:20 in Oriya 20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;
1 Peter 2:7 in Oriya 7 ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 16:20 in Oriya 20 ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ।
Revelation 19:1 in Oriya 1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,