Zechariah 6:12 in Oriya 12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!”
Other Translations King James Version (KJV) And speak unto him, saying, Thus speaketh the LORD of hosts, saying, Behold the man whose name is The BRANCH; and he shall grow up out of his place, and he shall build the temple of the LORD:
American Standard Version (ASV) and speak unto him, saying, Thus speaketh Jehovah of hosts, saying, Behold, the man whose name is the Branch: and he shall grow up out of his place; and he shall build the temple of Jehovah;
Bible in Basic English (BBE) And say to him, These are the words of the Lord of armies: See, the man whose name is the Branch, under whom there will be fertile growth.
Darby English Bible (DBY) and speak unto him, saying, Thus speaketh Jehovah of hosts, saying, Behold a man whose name is [the] Branch; and he shall grow up from his own place, and he shall build the temple of Jehovah:
World English Bible (WEB) and speak to him, saying, 'Thus says Yahweh of Hosts, "Behold, the man whose name is the Branch: and he shall grow up out of his place; and he shall build the temple of Yahweh;
Young's Literal Translation (YLT) and hast spoken unto him, saying: Thus spake Jehovah of Hosts, saying: Lo, a man! A Shoot -- `is' his name, And from his place he doth shoot up, And he hath built the temple of Jehovah.
Cross Reference Ezra 3:8 in Oriya 8 ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।
Ezra 3:10 in Oriya 10 ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
Psalm 80:15 in Oriya 15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
Isaiah 4:2 in Oriya 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
Isaiah 11:1 in Oriya 1 ଏଥିଉତ୍ତାରେ ଯିଶୟର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
Isaiah 32:1 in Oriya 1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
Isaiah 53:2 in Oriya 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 33:15 in Oriya 15 ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।
Micah 5:5 in Oriya 5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।
Zechariah 3:8 in Oriya 8 ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
Zechariah 4:6 in Oriya 6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Zechariah 8:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Matthew 16:18 in Oriya 18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
Matthew 26:61 in Oriya 61 ଏହି ଲୋକଟା କହିଥିଲା, ମୁଁ ଇଶ୍ବରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ।
Mark 14:58 in Oriya 58 ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
Mark 15:29 in Oriya 29 ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
Mark 15:39 in Oriya 39 ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଇଶ୍ବରଙ୍କ ପୁତ୍ର ଥିଲେ।
Luke 1:78 in Oriya 78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ସୂର୍ଯ୍ୟ ଉଦୟ ହେଲା ପରି ହେବ,
John 1:45 in Oriya 45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
John 2:19 in Oriya 19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।
John 19:5 in Oriya 5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ !
Acts 13:38 in Oriya 38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Acts 17:31 in Oriya 31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
1 Corinthians 3:9 in Oriya 9 କାରଣ ଆମ୍ଭେମାନେ ଇଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଇଶ୍ବରଙ୍କ କ୍ଷେତ୍ର, ଇଶ୍ବରଙ୍କ ଗୃହ।
Ephesians 2:20 in Oriya 20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;
Hebrews 3:3 in Oriya 3 ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି।
Hebrews 7:4 in Oriya 4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
Hebrews 7:24 in Oriya 24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ଵ ପ୍ରାପ୍ତ ହୋଇଅଛନ୍ତି।
Hebrews 8:3 in Oriya 3 କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ।
Hebrews 10:12 in Oriya 12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;
1 Peter 2:4 in Oriya 4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଇଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,