Zechariah 6:5 in Oriya 5 ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।
Other Translations King James Version (KJV) And the angel answered and said unto me, These are the four spirits of the heavens, which go forth from standing before the LORD of all the earth.
American Standard Version (ASV) And the angel answered and said unto me, These are the four winds of heaven, which go forth from standing before the Lord of all the earth.
Bible in Basic English (BBE) And the angel, answering, said to me, These go out to the four winds of heaven from their place before the Lord of all the earth.
Darby English Bible (DBY) And the angel answered and said unto me, These are the four spirits of the heavens, which go forth from standing before the Lord of all the earth.
World English Bible (WEB) The angel answered me, "These are the four winds of the sky, which go forth from standing before the Lord of all the earth.
Young's Literal Translation (YLT) And the messenger answereth and saith unto me, `These `are' four spirits of the heavens coming forth from presenting themselves before the Lord of the whole earth.
Cross Reference 1 Kings 19:11 in Oriya 11 ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
1 Kings 22:19 in Oriya 19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”
2 Chronicles 18:18 in Oriya 18 ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।”
Job 1:6 in Oriya 6 ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
Job 2:1 in Oriya 1 ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।
Psalm 68:17 in Oriya 17 ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ରସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।
Psalm 104:3 in Oriya 3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।
Psalm 148:8 in Oriya 8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
Isaiah 54:5 in Oriya 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Ezekiel 1:5 in Oriya 5 ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା।
Ezekiel 10:9 in Oriya 9 ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା।
Ezekiel 11:22 in Oriya 22 ଏଥିଉତ୍ତାରେ କିରୂବଗଣ ଆପଣା ଆପଣା ପକ୍ଷଗୁଡିକ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତାପ ସେମାନଙ୍କ ଉର୍ଦ୍ଧ୍ୱରେ ବିଦ୍ୟମାନ ଥିଲା।
Ezekiel 37:9 in Oriya 9 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତ ଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ।”
Daniel 7:2 in Oriya 2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।
Daniel 7:10 in Oriya 10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
Zechariah 1:10 in Oriya 10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, “ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି।”
Zechariah 4:10 in Oriya 10 କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି ? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।
Zechariah 4:14 in Oriya 14 ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”
Matthew 18:10 in Oriya 10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Matthew 24:31 in Oriya 31 ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।
Luke 1:19 in Oriya 19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଇଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।
Hebrews 1:7 in Oriya 7 ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,”
Hebrews 1:14 in Oriya 14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?
Revelation 7:1 in Oriya 1 ତା'ପରେ ମୁଁ ଦେଖିଲି, ପୃଥିବୀକୁ ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥି ନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି।
Revelation 14:6 in Oriya 6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,