Zechariah 7:10 in Oriya 10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
Other Translations King James Version (KJV) And oppress not the widow, nor the fatherless, the stranger, nor the poor; and let none of you imagine evil against his brother in your heart.
American Standard Version (ASV) and oppress not the widow, nor the fatherless, the sojourner, nor the poor; and let none of you devise evil against his brother in your heart.
Bible in Basic English (BBE) Do not be hard on the widow, or the child without a father, on the man from a strange country, or on the poor; let there be no evil thought in your heart against your brother.
Darby English Bible (DBY) and oppress not the widow and the fatherless, the stranger and the afflicted; and let none of you imagine evil against his brother in your heart.
World English Bible (WEB) Don't oppress the widow, nor the fatherless, the foreigner, nor the poor; and let none of you devise evil against his brother in your heart.'
Young's Literal Translation (YLT) And widow, and fatherless, Sojourner, and poor, ye do not oppress, And the calamity of one another ye do not devise in your heart.
Cross Reference Exodus 22:21 in Oriya 21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Exodus 23:9 in Oriya 9 ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Deuteronomy 24:14 in Oriya 14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।
Deuteronomy 27:19 in Oriya 19 “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍'।
Psalm 21:11 in Oriya 11 କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ।
Psalm 36:4 in Oriya 4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
Psalm 72:4 in Oriya 4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
Psalm 140:2 in Oriya 2 ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି।
Proverbs 3:29 in Oriya 29 ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।
Proverbs 6:18 in Oriya 18 ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
Proverbs 22:22 in Oriya 22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
Proverbs 23:10 in Oriya 10 ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Jeremiah 5:28 in Oriya 28 ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।”
Jeremiah 11:19 in Oriya 19 ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋ' ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।
Jeremiah 18:18 in Oriya 18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Jeremiah 22:15 in Oriya 15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ ? ତହିଁରେ ତାହାର ମଙ୍ଗଳ ହେଲା।
Ezekiel 22:7 in Oriya 7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
Ezekiel 22:12 in Oriya 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 22:29 in Oriya 29 ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।
Amos 4:1 in Oriya 1 ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, “ଆଣ, ଆମ୍ଭେମାନେ ପାନ କରିବା।”
Amos 5:11 in Oriya 11 ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
Micah 2:1 in Oriya 1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Zephaniah 3:1 in Oriya 1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
Zechariah 8:17 in Oriya 17 ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Mark 7:21 in Oriya 21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ
1 Corinthians 6:10 in Oriya 10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
James 1:14 in Oriya 14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
James 5:4 in Oriya 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।
1 John 3:15 in Oriya 15 ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ।