Zechariah 7:12 in Oriya 12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।
Other Translations King James Version (KJV) Yea, they made their hearts as an adamant stone, lest they should hear the law, and the words which the LORD of hosts hath sent in his spirit by the former prophets: therefore came a great wrath from the LORD of hosts.
American Standard Version (ASV) Yea, they made their hearts as an adamant stone, lest they should hear the law, and the words which Jehovah of hosts had sent by his Spirit by the former prophets: therefore there came great wrath from Jehovah of hosts.
Bible in Basic English (BBE) And they made their hearts like the hardest stone, so that they might not give ear to the law and the words which the Lord of armies had said by the earlier prophets: and there came great wrath from the Lord of armies.
Darby English Bible (DBY) And they made their heart [as] an adamant, that they should not hear the law, and the words that Jehovah of hosts sent by his Spirit by the hand of the former prophets: therefore was there great wrath from Jehovah of hosts.
World English Bible (WEB) Yes, they made their hearts as hard as flint, lest they might hear the law, and the words which Yahweh of Hosts had sent by his Spirit by the former prophets. Therefore great wrath came from Yahweh of Hosts.
Young's Literal Translation (YLT) And their heart they have made adamant, Against hearing the law, and the words, That Jehovah of Hosts sent by His Spirit, By the hand of the former prophets, And their is great wrath from Jehovah of Hosts.
Cross Reference 2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Nehemiah 9:29 in Oriya 29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
Job 9:4 in Oriya 4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?
Psalm 50:17 in Oriya 17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
Isaiah 6:10 in Oriya 10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
Isaiah 48:4 in Oriya 4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
Jeremiah 5:3 in Oriya 3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ'ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Jeremiah 17:1 in Oriya 1 ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।
Jeremiah 26:19 in Oriya 19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ'ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ'ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ'ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।
Ezekiel 2:4 in Oriya 4 ସେହି ସନ୍ତାନମାନେ ନିର୍ଲଜ୍ଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।
Ezekiel 3:7 in Oriya 7 ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
Ezekiel 11:19 in Oriya 19 ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।
Ezekiel 36:26 in Oriya 26 ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।
Daniel 9:11 in Oriya 11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Zechariah 7:7 in Oriya 7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ୍ ନୁହେଁ ?”
Matthew 13:15 in Oriya 15 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
Mark 4:12 in Oriya 12 ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।
Luke 8:12 in Oriya 12 ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥି ନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ।
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 28:27 in Oriya 27 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
2 Thessalonians 2:10 in Oriya 10 କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟ ପ୍ରତି ପ୍ରେମ ପାଇନାହାଁନ୍ତି।
1 Peter 1:11 in Oriya 11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
2 Peter 1:21 in Oriya 21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।