Zechariah 7:14 in Oriya 14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”
Other Translations King James Version (KJV) But I scattered them with a whirlwind among all the nations whom they knew not. Thus the land was desolate after them, that no man passed through nor returned: for they laid the pleasant land desolate.
American Standard Version (ASV) but I will scatter them with a whirlwind among all the nations which they have not known. Thus the land was desolate after them, so that no man passed through nor returned: for they laid the pleasant land desolate.
Bible in Basic English (BBE) But with a storm-wind I sent them in flight among all the nations of whom they had no knowledge. So the land was waste after them, so that no man went through or came back: for they had made waste the desired land.
Darby English Bible (DBY) and I scattered them with a whirlwind among all the nations whom they knew not, and the land was desolate after them, so that no one passed through nor returned; and they laid the pleasant land desolate.
World English Bible (WEB) "but I will scatter them with a whirlwind among all the nations which they have not known. Thus the land was desolate after them, so that no man passed through nor returned: for they made the pleasant land desolate."
Young's Literal Translation (YLT) And I toss them on all the nations, That they have not known, The land hath been desolate behind them, Of any passing by and turning back, And they set a desirable land for a desolation!
Cross Reference Leviticus 26:22 in Oriya 22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
Leviticus 26:33 in Oriya 33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
Deuteronomy 4:27 in Oriya 27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
Deuteronomy 28:33 in Oriya 33 ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।
Deuteronomy 28:49 in Oriya 49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
Deuteronomy 28:64 in Oriya 64 ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।
2 Chronicles 36:21 in Oriya 21 ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।
Psalm 58:9 in Oriya 9 ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
Isaiah 17:13 in Oriya 13 ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।
Isaiah 21:1 in Oriya 1 ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।
Isaiah 66:15 in Oriya 15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
Jeremiah 4:11 in Oriya 11 ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
Jeremiah 5:15 in Oriya 15 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।”
Jeremiah 23:19 in Oriya 19 ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
Jeremiah 25:32 in Oriya 32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହା ତୋଫାନ ଉଠିବ।
Jeremiah 30:23 in Oriya 23 ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
Jeremiah 36:19 in Oriya 19 ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”
Jeremiah 44:6 in Oriya 6 ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।”
Jeremiah 52:30 in Oriya 30 ନବୂଖଦ୍ନିତ୍ସରର ଅଧିକାରର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛ' ଶତ ଲୋକ ଥିଲେ।
Daniel 8:9 in Oriya 9 ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ (ଇସ୍ରାଏଲ) ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା।
Daniel 9:16 in Oriya 16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପିତୃପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।
Amos 1:14 in Oriya 14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
Nahum 1:3 in Oriya 3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
Habakkuk 3:14 in Oriya 14 ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।
Zephaniah 3:6 in Oriya 6 ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।
Zechariah 2:6 in Oriya 6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।
Zechariah 9:14 in Oriya 14 ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।