Zechariah 8:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।'”
Other Translations King James Version (KJV) Thus saith the LORD of hosts; In those days it shall come to pass, that ten men shall take hold out of all languages of the nations, even shall take hold of the skirt of him that is a Jew, saying, We will go with you: for we have heard that God is with you.
American Standard Version (ASV) Thus saith Jehovah of hosts: In those days `it shall come to pass', that ten men shall take hold, out of all the languages of the nations, they shall take hold of the skirt of him that is a Jew, saying, We will go with you, for we have heard that God is with you.
Bible in Basic English (BBE) This is what the Lord of armies has said: In those days, ten men from all the languages of the nations will put out their hands and take a grip of the skirt of him who is a Jew, saying, We will go with you, for it has come to our ears that God is with you.
Darby English Bible (DBY) Thus saith Jehovah of hosts: In those days shall ten men take hold, out of all languages of the nations, shall even take hold of the skirt of him that is a Jew, saying, We will go with you; for we have heard [that] God is with you.
World English Bible (WEB) Thus says Yahweh of Hosts: "In those days, ten men will take hold, out of all the languages of the nations, they will take hold of the skirt of him who is a Jew, saying, 'We will go with you, for we have heard that God is with you.'"
Young's Literal Translation (YLT) Thus said Jehovah of Hosts: In those days take hold do ten men of all languages of the nations, Yea, they have taken hold on the skirt of a man, a Jew, saying: We go with you, for we heard God `is' with you!
Cross Reference Genesis 31:7 in Oriya 7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାଁନ୍ତି।
Genesis 31:41 in Oriya 41 ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛ।
Numbers 10:29 in Oriya 29 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବକୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି।”
Numbers 14:14 in Oriya 14 ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।
Numbers 14:22 in Oriya 22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
Deuteronomy 4:6 in Oriya 6 ଏଣୁ ତୁମ୍ଭେମାନେ ତାହାସବୁ ପାଳନ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ୱରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, ଏହି ମହାଗୋଷ୍ଠୀ ନିତାନ୍ତ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି।
Joshua 2:9 in Oriya 9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
Ruth 1:16 in Oriya 16 ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ।
1 Samuel 15:27 in Oriya 27 ଏଥିରେ ଶାଉଲଙ୍କୁ ଚାଲି ଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।
2 Samuel 15:19 in Oriya 19 ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ ? ଫେରି ଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।
1 Kings 8:42 in Oriya 42 କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,
2 Kings 2:6 in Oriya 6 ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।
1 Chronicles 12:18 in Oriya 18 ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
Job 19:3 in Oriya 3 ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋ' ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।
Ecclesiastes 11:2 in Oriya 2 ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।
Isaiah 3:6 in Oriya 6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;
Isaiah 4:1 in Oriya 1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”
Isaiah 45:14 in Oriya 14 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”
Isaiah 55:5 in Oriya 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
Isaiah 60:3 in Oriya 3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
Isaiah 66:18 in Oriya 18 “କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
Micah 5:5 in Oriya 5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।
Matthew 18:21 in Oriya 21 ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି ?
Luke 8:44 in Oriya 44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।
Acts 13:47 in Oriya 47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।”
Acts 19:12 in Oriya 12 ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ।
1 Corinthians 14:25 in Oriya 25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ୱର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
Revelation 14:6 in Oriya 6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,