Zechariah 8:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”
Other Translations King James Version (KJV) Thus saith the LORD; I am returned unto Zion, and will dwell in the midst of Jerusalem: and Jerusalem shall be called a city of truth; and the mountain of the LORD of hosts the holy mountain.
American Standard Version (ASV) Thus saith Jehovah: I am returned unto Zion, and will dwell in the midst of Jerusalem: and Jerusalem shall be called The city of truth; and the mountain of Jehovah of hosts, The holy mountain.
Bible in Basic English (BBE) This is what the Lord has said: I have come back to Zion, and will make my living-place in Jerusalem: and Jerusalem will be named The town of good faith; and the mountain of the Lord of armies The holy mountain.
Darby English Bible (DBY) Thus saith Jehovah: I am returned unto Zion, and will dwell in the midst of Jerusalem; and Jerusalem shall be called, The city of truth; and the mountain of Jehovah of hosts, The holy mountain.
World English Bible (WEB) Thus says Yahweh: "I have returned to Zion, and will dwell in the midst of Jerusalem. Jerusalem shall be called 'The City of Truth;' and the mountain of Yahweh of Hosts, 'The Holy Mountain.'"
Young's Literal Translation (YLT) Thus said Jehovah: I have turned back unto Zion, And I have dwelt in the midst of Jerusalem, And Jerusalem hath been called `The city of truth,' And the mountain of Jehovah of Hosts, `The holy mountain.'
Cross Reference Isaiah 1:21 in Oriya 21 ବିଶ୍ଵସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Isaiah 1:26 in Oriya 26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ଵସ୍ତ ନଗରୀ ବୋଲି ବିଖ୍ୟାତ ହେବ।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 11:9 in Oriya 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Isaiah 60:14 in Oriya 14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
Isaiah 65:25 in Oriya 25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି।
Isaiah 66:20 in Oriya 20 ପୁଣି, ସଦାପ୍ରଭୁ କହନ୍ତି, “ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।”
Jeremiah 30:10 in Oriya 10 ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।'
Jeremiah 31:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ,ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।'
Jeremiah 33:16 in Oriya 16 ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,' ଏହି ନାମରେ ସେ ବିଖ୍ୟାତ ହେବେ।”
Ezekiel 48:35 in Oriya 35 ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,” ସେହି ଦିନଠାରୁ ନଗରର ଏହି ନାମ ହେବ।
Joel 3:17 in Oriya 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
Joel 3:21 in Oriya 21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା।” କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
Zechariah 1:16 in Oriya 16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Zechariah 2:10 in Oriya 10 “ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି।
Zechariah 14:20 in Oriya 20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 14:23 in Oriya 23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
Ephesians 2:21 in Oriya 21 ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି;
Colossians 2:9 in Oriya 9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
Revelation 21:3 in Oriya 3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଇଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Revelation 21:10 in Oriya 10 ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ୱର୍ଗରୁ ଇଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଇଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା;
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।