Zechariah 8:8 in Oriya 8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।'”
Other Translations King James Version (KJV) And I will bring them, and they shall dwell in the midst of Jerusalem: and they shall be my people, and I will be their God, in truth and in righteousness.
American Standard Version (ASV) and I will bring them, and they shall dwell in the midst of Jerusalem; and they shall be my people, and I will be their God, in truth and in righteousness.
Bible in Basic English (BBE) And I will make them come and be living in Jerusalem and they will be to me a people and I will be to them a God, in good faith and in righteousness.
Darby English Bible (DBY) and I will bring them, and they shall dwell in the midst of Jerusalem; and they shall be my people, and I will be their God, in truth and in righteousness.
World English Bible (WEB) and I will bring them, and they will dwell in the midst of Jerusalem; and they will be my people, and I will be their God, in truth and in righteousness."
Young's Literal Translation (YLT) And I have brought them in, They have dwelt in the midst of Jerusalem, And they have been to Me for a people, And I am to them for God, In truth and in righteousness.
Cross Reference Leviticus 26:12 in Oriya 12 ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।
Jeremiah 3:17 in Oriya 17 ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।
Jeremiah 4:2 in Oriya 2 ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।
Jeremiah 23:8 in Oriya 8 ମାତ୍ର ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,” ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।
Jeremiah 30:22 in Oriya 22 ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।'
Jeremiah 31:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Jeremiah 32:38 in Oriya 38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
Jeremiah 32:41 in Oriya 41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।”
Ezekiel 11:20 in Oriya 20 ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
Ezekiel 36:28 in Oriya 28 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
Ezekiel 37:25 in Oriya 25 ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦା କାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦା କାଳ ସେମାନଙ୍କର ଅଧିପତି ହେବେ।
Ezekiel 37:27 in Oriya 27 ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
Hosea 2:19 in Oriya 19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।
Joel 3:20 in Oriya 20 ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Obadiah 1:17 in Oriya 17 ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବର ବଂଶ ଆପଣାମାନଙ୍କର ଅଧିକାର ଭୋଗ କରିବେ।
Zephaniah 3:14 in Oriya 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
Zechariah 2:11 in Oriya 11 “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
Zechariah 10:10 in Oriya 10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂରରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେ ପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
Revelation 21:3 in Oriya 3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଇଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Revelation 21:7 in Oriya 7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।