Zechariah 9:13 in Oriya 13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍ଗ ସ୍ୱରୂପ କରିବା।
Other Translations King James Version (KJV) When I have bent Judah for me, filled the bow with Ephraim, and raised up thy sons, O Zion, against thy sons, O Greece, and made thee as the sword of a mighty man.
American Standard Version (ASV) For I have bent Judah for me, I have filled the bow with Ephraim; and I will stir up thy sons, O Zion, against thy sons, O Greece, and will make thee as the sword of a mighty man.
Bible in Basic English (BBE) For I have made Judah a bow bent for my use, I have made Ephraim the arrows of the bow; I will make your sons, O Zion, take up arms against your sons, O Greece, and will make you like the sword of a man of war.
Darby English Bible (DBY) For I have bent Judah for me, I have filled the bow with Ephraim; and I will raise up thy sons, O Zion, against thy sons, O Greece, and make thee like the sword of a mighty man.
World English Bible (WEB) For indeed I bend Judah as a bow for me. I have filled the bow with Ephraim; And I will stir up your sons, Zion, Against your sons, Greece, And will make you like the sword of a mighty man.
Young's Literal Translation (YLT) For I have trodden for Me Judah, A bow I have filled `with' Ephraim, And I have stirred up thy sons, O Zion, Against thy sons, O Javan, And I have set thee as the sword of a hero.
Cross Reference Psalm 18:32 in Oriya 32 ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।
Psalm 45:3 in Oriya 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ।
Psalm 49:2 in Oriya 2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
Psalm 144:1 in Oriya 1 ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋ' ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ' ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
Psalm 149:6 in Oriya 6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ଼୍ଗ ଥାଉ।
Isaiah 41:15 in Oriya 15 “ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ-ମର୍ଦ୍ଦନ-ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ଭୂଷି ତୁଲ୍ୟ କରିବ।
Isaiah 49:2 in Oriya 2 ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ଼୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;
Jeremiah 51:20 in Oriya 20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
Lamentations 4:2 in Oriya 2 ହାୟ ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି !
Daniel 8:21 in Oriya 21 ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟ ସ୍ଥାନରେ ଥିବାର ବୃହତ୍ ଶୃଙ୍ଗ ପ୍ରଥମ ରାଜା।
Daniel 11:32 in Oriya 32 ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।
Joel 3:6 in Oriya 6 ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।
Amos 2:11 in Oriya 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ।” ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ଏପରି କି ହୋଇ ନାହିଁ ?
Obadiah 1:21 in Oriya 21 ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାରକର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ।
Micah 4:2 in Oriya 2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା। କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Micah 5:4 in Oriya 4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।
Zechariah 1:21 in Oriya 21 ତେବେ ମୁଁ କହିଲି, “ଏମାନେ କଅଣ କରିବା ପାଇଁ ଆସିଅଛନ୍ତି ?” ତହିଁରେ ସେ କହିଲେ, “ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି।”
Zechariah 10:3 in Oriya 3 ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଛାଗଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।
Zechariah 12:2 in Oriya 2 ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
Mark 16:15 in Oriya 15 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
Romans 15:16 in Oriya 16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଇଶ୍ବରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି।
1 Corinthians 1:21 in Oriya 21 କାରଣ ଇଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ।
2 Corinthians 10:3 in Oriya 3 କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,
Ephesians 6:17 in Oriya 17 ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖଡ୍ଗ , ଅର୍ଥାତ୍ ଇଶ୍ବରଙ୍କ ବାକ୍ୟ ଧାରଣ କର;
2 Timothy 4:7 in Oriya 7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
Hebrews 4:12 in Oriya 12 କାରଣ ଇଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
Revelation 1:16 in Oriya 16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।
Revelation 2:12 in Oriya 12 ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି,
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:15 in Oriya 15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଇଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
Revelation 19:21 in Oriya 21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।