Zechariah 9:14 in Oriya 14 ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।
Other Translations King James Version (KJV) And the LORD shall be seen over them, and his arrow shall go forth as the lightning: and the LORD God shall blow the trumpet, and shall go with whirlwinds of the south.
American Standard Version (ASV) And Jehovah shall be seen over them; and his arrow shall go forth as the lightning; and the Lord Jehovah will blow the trumpet, and will go with whirlwinds of the south.
Bible in Basic English (BBE) And the Lord will be seen over them, and his arrow will go out like the thunder-flame: and the Lord God, sounding the war-horn, will go in the storm-winds of the South.
Darby English Bible (DBY) And Jehovah shall be seen over them, and his arrow shall go forth as the lightning; and the Lord Jehovah will blow the trumpet, and will march with whirlwinds of the south.
World English Bible (WEB) Yahweh will be seen over them; And his arrow will go flash like lightning; And the Lord Yahweh will blow the trumpet, And will go with whirlwinds of the south.
Young's Literal Translation (YLT) And Jehovah doth appear for them, And gone forth as lightning hath His arrow, And the Lord Jehovah with a trumpet bloweth, And He hath gone with whirlwinds of the south.
Cross Reference Exodus 14:24 in Oriya 24 ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସ୍ରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସ୍ରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
Joshua 6:4 in Oriya 4 ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;
Joshua 10:11 in Oriya 11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
Joshua 10:42 in Oriya 42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Psalm 18:14 in Oriya 14 ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।
Psalm 45:3 in Oriya 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ।
Psalm 77:17 in Oriya 17 ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
Psalm 144:5 in Oriya 5 ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।
Isaiah 18:3 in Oriya 3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।
Isaiah 21:1 in Oriya 1 ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।
Isaiah 27:13 in Oriya 13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।
Isaiah 30:30 in Oriya 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Isaiah 31:5 in Oriya 5 ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।
Isaiah 66:15 in Oriya 15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
Habakkuk 3:11 in Oriya 11 ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ।
Zechariah 2:5 in Oriya 5 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।”
Zechariah 12:8 in Oriya 8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
Zechariah 14:3 in Oriya 3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Acts 4:10 in Oriya 10 ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
Romans 15:19 in Oriya 19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
2 Corinthians 10:4 in Oriya 4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଇଶ୍ବରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ);
Hebrews 2:4 in Oriya 4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
Revelation 6:2 in Oriya 2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।