Zechariah 9:16 in Oriya 16 ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ୱରୂପ ତାହାଙ୍କ ଦେଶର ଉର୍ଦ୍ଧ୍ୱରେ ଉତ୍ଥାପିତ ହେବେ।
Other Translations King James Version (KJV) And the LORD their God shall save them in that day as the flock of his people: for they shall be as the stones of a crown, lifted up as an ensign upon his land.
American Standard Version (ASV) And Jehovah their God will save them in that day as the flock of his people; for `they shall be as' the stones of a crown, lifted on high over his land.
Bible in Basic English (BBE) And the Lord their God will be their saviour in that day, giving them food like the flock of his people: for they will be like the jewels of a crown shining over his land.
Darby English Bible (DBY) And Jehovah their God shall save them in that day as the flock of his people; for [they shall be as] the stones of a crown, lifted up upon his land.
World English Bible (WEB) Yahweh their God will save them in that day as the flock of his people; For they are like the jewels of a crown, Lifted on high over his land.
Young's Literal Translation (YLT) And saved them hath Jehovah their God In that day, as a flock of His people, For stones of a crown are displaying themselves over His ground.
Cross Reference Psalm 100:3 in Oriya 3 ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
Isaiah 11:10 in Oriya 10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
Isaiah 40:10 in Oriya 10 ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।
Isaiah 60:3 in Oriya 3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।
Isaiah 60:14 in Oriya 14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
Isaiah 62:3 in Oriya 3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
Jeremiah 23:3 in Oriya 3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
Jeremiah 31:11 in Oriya 11 କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
Ezekiel 34:22 in Oriya 22 ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ପଶୁର ଓ ପଶୁର ମଧ୍ୟରେ ବିଚାର କରିବା।
Ezekiel 34:31 in Oriya 31 “ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Micah 5:4 in Oriya 4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।
Micah 7:14 in Oriya 14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
Zephaniah 3:20 in Oriya 20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି।
Haggai 2:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Zechariah 8:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।'”
Luke 12:32 in Oriya 32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ବର୍ଗସ୍ଥ ପିତାଙ୍କର ମହା ଆନନ୍ଦ।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
1 Peter 5:2 in Oriya 2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଇଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଇଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;