Zechariah 9:8 in Oriya 8 ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।
Other Translations King James Version (KJV) And I will encamp about mine house because of the army, because of him that passeth by, and because of him that returneth: and no oppressor shall pass through them any more: for now have I seen with mine eyes.
American Standard Version (ASV) And I will encamp about my house against the army, that none pass through or return; and no oppressor shall pass through them any more: for now have I seen with mine eyes.
Bible in Basic English (BBE) And I will put my forces in position round my house, so that there may be no coming and going: and no cruel master will again go through them: for now I have seen his trouble.
Darby English Bible (DBY) And I will encamp about my house because of the army, because of those that pass by and that return; and the exactor shall not pass through them any more: for now have I seen [it] with mine eyes.
World English Bible (WEB) I will encamp around my house against the army, That none pass through or return; And no oppressor will pass through them any more: For now I have seen with my eyes.
Young's Literal Translation (YLT) And I have pitched for My house a camp, Because of the passer through, and of the returner, And pass not through against them again doth an exactor, For, now, I have seen with My eyes.
Cross Reference Genesis 32:1 in Oriya 1 ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।
Exodus 3:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
Exodus 3:9 in Oriya 9 ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସ୍ରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
2 Samuel 16:12 in Oriya 12 ହୋଇପାରେ, ମୋ' ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”
2 Kings 23:29 in Oriya 29 ତାଙ୍କ ସମୟରେ ମିସ୍ରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।
2 Kings 24:1 in Oriya 1 ଯିହୋୟାକୀମ୍ଙ୍କର ଅଧିକାରର ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ଆସନ୍ତେ, ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।
Psalm 34:7 in Oriya 7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Psalm 72:4 in Oriya 4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
Psalm 125:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
Isaiah 4:5 in Oriya 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
Isaiah 26:1 in Oriya 1 ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।
Isaiah 31:5 in Oriya 5 ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।
Isaiah 33:20 in Oriya 20 ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତିସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କୀଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।
Isaiah 52:1 in Oriya 1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
Isaiah 52:12 in Oriya 12 କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍ବର୍ତ୍ତୀ ହେବେ।
Isaiah 54:14 in Oriya 14 ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
Isaiah 60:18 in Oriya 18 ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।
Jeremiah 31:12 in Oriya 12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
Jeremiah 46:2 in Oriya 2 ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।
Jeremiah 46:13 in Oriya 13 ବାବିଲର ରାଜା ନବୂଖଦ୍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା,
Ezekiel 28:24 in Oriya 24 ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 39:29 in Oriya 29 ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Daniel 11:6 in Oriya 6 ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।
Daniel 11:10 in Oriya 10 ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲି ଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।
Daniel 11:27 in Oriya 27 ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।
Daniel 11:40 in Oriya 40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।
Joel 3:16 in Oriya 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
Amos 9:15 in Oriya 15 ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।
Zechariah 2:1 in Oriya 1 ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।
Zechariah 12:8 in Oriya 8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
Zechariah 14:11 in Oriya 11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ।
Acts 7:34 in Oriya 34 ମିସରରେ ମୋର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।
Revelation 20:1 in Oriya 1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା।
Revelation 20:9 in Oriya 9 ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା।