Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Other Translations King James Version (KJV) Rejoice greatly, O daughter of Zion; shout, O daughter of Jerusalem: behold, thy King cometh unto thee: he is just, and having salvation; lowly, and riding upon an ass, and upon a colt the foal of an ass.
American Standard Version (ASV) Rejoice greatly, O daughter of Zion; shout, O daughter of Jerusalem: behold, thy king cometh unto thee; he is just, and having salvation; lowly, and riding upon an ass, even upon a colt the foal of an ass.
Bible in Basic English (BBE) Be full of joy, O daughter of Zion; give a glad cry, O daughter of Jerusalem: see, your king comes to you: he is upright and has overcome; gentle and seated on an ass, on a young ass.
Darby English Bible (DBY) Rejoice greatly, daughter of Zion; shout, daughter of Jerusalem! Behold, thy King cometh to thee: he is just, and having salvation; lowly and rIding upon an ass, even upon a colt the foal of an ass.
World English Bible (WEB) Rejoice greatly, daughter of Zion! Shout, daughter of Jerusalem! Behold, your king comes to you! He is righteous, and having salvation; Lowly, and riding on a donkey, Even on a colt, the foal of a donkey.
Young's Literal Translation (YLT) Rejoice exceedingly, O daughter of Zion, Shout, O daughter of Jerusalem, Lo, thy King doth come to thee, Righteous -- and saved is He, Afflicted -- and riding on an ass, And on a colt -- a son of she-asses.
Cross Reference Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 45:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍। ପ୍ରେମ ଗୀତ। ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ' ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
Psalm 45:6 in Oriya 6 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
Psalm 85:9 in Oriya 9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
Psalm 97:6 in Oriya 6 ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
Psalm 110:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋ' ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Isaiah 32:1 in Oriya 1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
Isaiah 40:9 in Oriya 9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”
Isaiah 43:3 in Oriya 3 କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ୍ ଓ ଶିବା ଦେଶ ଦେଇଅଛୁ।
Isaiah 43:11 in Oriya 11 ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।
Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Isaiah 52:9 in Oriya 9 ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
Isaiah 62:11 in Oriya 11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Jeremiah 30:9 in Oriya 9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।'
Zephaniah 3:14 in Oriya 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
Zechariah 2:10 in Oriya 10 “ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି।
Matthew 1:21 in Oriya 21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
Matthew 11:29 in Oriya 29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
Matthew 21:4 in Oriya 4 ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
Mark 11:7 in Oriya 7 ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।
Mark 11:9 in Oriya 9 ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ !
Luke 19:30 in Oriya 30 ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।
Luke 19:37 in Oriya 37 ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ୱର କରି ଇଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
John 1:49 in Oriya 49 ନଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଇଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
John 12:13 in Oriya 13 ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା। ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।
John 19:15 in Oriya 15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
Romans 3:24 in Oriya 24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।