Zephaniah 1:13 in Oriya 13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।
Other Translations King James Version (KJV) Therefore their goods shall become a booty, and their houses a desolation: they shall also build houses, but not inhabit them; and they shall plant vineyards, but not drink the wine thereof.
American Standard Version (ASV) And their wealth shall become a spoil, and their houses a desolation: yea, they shall build houses, but shall not inhabit them; and they shall plant vineyards, but shall not drink the wine thereof.
Bible in Basic English (BBE) And their wealth will be violently taken away, and their houses will be made waste: they will go on building houses and never living in them, and planting vine-gardens but not drinking the wine from them.
Darby English Bible (DBY) And their wealth shall become a booty, and their houses a desolation; and they shall build houses, and not inhabit them; and they shall plant vineyards, and not drink the wine thereof.
World English Bible (WEB) Their wealth will become a spoil, and their houses a desolation. Yes, they will build houses, but won't inhabit them. They will plant vineyards, but won't drink their wine.
Young's Literal Translation (YLT) And their wealth hath been for a spoil, And their houses for desolation, And they have built houses, and do not inhabit, And they have planted vineyards, And they do not drink their wine.
Cross Reference Deuteronomy 28:30 in Oriya 30 ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ,
Deuteronomy 28:39 in Oriya 39 ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।
Deuteronomy 28:51 in Oriya 51 ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।
Isaiah 5:8 in Oriya 8 ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର !
Isaiah 6:11 in Oriya 11 ତେବେ ମୁଁ କହିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
Isaiah 24:1 in Oriya 1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
Isaiah 65:21 in Oriya 21 ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Jeremiah 4:7 in Oriya 7 ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି।
Jeremiah 4:20 in Oriya 20 ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।
Jeremiah 5:17 in Oriya 17 ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ୱିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।
Jeremiah 9:11 in Oriya 11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।
Jeremiah 9:19 in Oriya 19 କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।
Jeremiah 12:10 in Oriya 10 ଅନେକ ପଲ ରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।
Jeremiah 15:13 in Oriya 13 ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା।
Ezekiel 7:19 in Oriya 19 ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।
Ezekiel 7:21 in Oriya 21 ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ।
Ezekiel 22:31 in Oriya 31 ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Amos 5:11 in Oriya 11 ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
Micah 3:12 in Oriya 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Micah 6:15 in Oriya 15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
Zephaniah 1:9 in Oriya 9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା'ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।