Zephaniah 1:7 in Oriya 7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
Other Translations King James Version (KJV) Hold thy peace at the presence of the Lord GOD: for the day of the LORD is at hand: for the LORD hath prepared a sacrifice, he hath bid his guests.
American Standard Version (ASV) Hold thy peace at the presence of the Lord Jehovah; for the day of Jehovah is at hand: for Jehovah hath prepared a sacrifice, he hath consecrated his guests.
Bible in Basic English (BBE) Let there be no sound before the Lord God: for the day of the Lord is near: for the Lord has made ready an offering, he has made his guests holy.
Darby English Bible (DBY) Be silent at the presence of the Lord Jehovah; for the day of Jehovah is at hand; for Jehovah hath prepared a sacrifice, he hath hallowed his guests.
World English Bible (WEB) Be silent at the presence of the Lord Yahweh, for the day of Yahweh is at hand. For Yahweh has prepared a sacrifice. He has consecrated his guests.
Young's Literal Translation (YLT) Hush! because of the Lord Jehovah, For near `is' a day of Jehovah, For prepared hath Jehovah a sacrifice, He hath sanctified His invited ones.
Cross Reference 1 Samuel 2:9 in Oriya 9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
1 Samuel 16:5 in Oriya 5 ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋ' ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।
1 Samuel 20:26 in Oriya 26 ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।
Job 40:4 in Oriya 4 “ଦେଖ, ମୁଁ ଅକିଞ୍ଚନ; ତୁମ୍ଭକୁ କି ଉତ୍ତର ଦେବି ? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
Psalm 46:10 in Oriya 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
Psalm 76:8 in Oriya 8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
Proverbs 9:1 in Oriya 1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
Isaiah 2:12 in Oriya 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
Isaiah 6:5 in Oriya 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
Isaiah 13:6 in Oriya 6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।
Isaiah 34:6 in Oriya 6 ସଦାପ୍ରଭୁଙ୍କ ଖଡ଼୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
Jeremiah 46:10 in Oriya 10 କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।
Ezekiel 7:7 in Oriya 7 ହେ ଦେଶନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।
Ezekiel 7:10 in Oriya 10 ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।
Ezekiel 39:17 in Oriya 17 ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, “ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।
Joel 2:1 in Oriya 1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
Joel 2:11 in Oriya 11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ୍। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ ?
Joel 2:31 in Oriya 31 ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
Amos 5:18 in Oriya 18 ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।
Amos 6:10 in Oriya 10 ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି ?” ତେବେ ସେ କହିବ, “ନାହିଁ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ।”
Habakkuk 2:20 in Oriya 20 ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।
Zephaniah 1:14 in Oriya 14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
Zechariah 2:13 in Oriya 13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 22:4 in Oriya 4 ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇ ଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,
Luke 14:16 in Oriya 16 କିନ୍ତୁ ସେ ତାହାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Romans 9:20 in Oriya 20 କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଇଶ୍ବରଙ୍କ ପ୍ରତିବାଦ କର ? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି ?
Philippians 4:5 in Oriya 5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
Colossians 1:12 in Oriya 12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
Revelation 19:17 in Oriya 17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଇଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,