Zephaniah 2:11 in Oriya 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Other Translations King James Version (KJV) The LORD will be terrible unto them: for he will famish all the gods of the earth; and men shall worship him, every one from his place, even all the isles of the heathen.
American Standard Version (ASV) Jehovah will be terrible unto them; for he will famish all the gods of the earth; and men shall worship him, every one from his place, even all the isles of the nations.
Bible in Basic English (BBE) The Lord will let himself be seen by them: for he will make all the gods of the earth feeble; and men will go down before him in worship, everyone from his place, even all the sea-lands of the nations.
Darby English Bible (DBY) Jehovah will be terrible unto them; for he will famish all the gods of the earth; and all the isles of the nations shall worship him, every one from his place.
World English Bible (WEB) Yahweh will be awesome to them, for he will famish all the gods of the land. Men will worship him, everyone from his place, even all the shores of the nations.
Young's Literal Translation (YLT) Fearful `is' Jehovah against them, For He made bare all gods of the land, And bow themselves to Him, each from his place, Do all islanders of the nations.
Cross Reference Genesis 10:5 in Oriya 5 ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।
Deuteronomy 32:38 in Oriya 38 ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି ? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।
Psalm 2:8 in Oriya 8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।
Psalm 22:27 in Oriya 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
Psalm 72:8 in Oriya 8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Psalm 86:9 in Oriya 9 ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
Psalm 97:6 in Oriya 6 ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
Psalm 117:1 in Oriya 1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
Psalm 138:4 in Oriya 4 ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 11:9 in Oriya 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
Isaiah 24:14 in Oriya 14 ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ୱନି କରିବେ।
Isaiah 42:4 in Oriya 4 ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।
Isaiah 42:10 in Oriya 10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।
Isaiah 49:1 in Oriya 1 ହେ ଦ୍ୱୀପସମୂହ, ମୋ' କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
Hosea 2:17 in Oriya 17 କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
Joel 2:11 in Oriya 11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ୍। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ ?
Micah 4:1 in Oriya 1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Zephaniah 1:4 in Oriya 4 ପୁଣି, ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
Zephaniah 3:9 in Oriya 9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
Zechariah 2:11 in Oriya 11 “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
Zechariah 8:20 in Oriya 20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
Zechariah 8:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।'”
Zechariah 13:2 in Oriya 2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।
Zechariah 14:9 in Oriya 9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
John 4:21 in Oriya 21 ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋ' କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।
1 Timothy 2:8 in Oriya 8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।