Zephaniah 2:3 in Oriya 3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
Other Translations King James Version (KJV) Seek ye the LORD, all ye meek of the earth, which have wrought his judgment; seek righteousness, seek meekness: it may be ye shall be hid in the day of the LORD's anger.
American Standard Version (ASV) Seek ye Jehovah, all ye meek of the earth, that have kept his ordinances; seek righteousness, seek meekness: it may be ye will be hid in the day of Jehovah's anger.
Bible in Basic English (BBE) Make search for the Lord, all you quiet ones of the earth, who have done what is right in his eyes; make search for righteousness and a quiet heart: it may be that you will be safely covered in the day of the Lord's wrath.
Darby English Bible (DBY) Seek Jehovah, all ye meek of the land, who have performed his ordinance; seek righteousness, seek meekness: it may be ye shall be hid in the day of Jehovah's anger.
World English Bible (WEB) Seek Yahweh, all you humble of the land, who have kept his ordinances. Seek righteousness. Seek humility. It may be that you will be hidden in the day of Yahweh's anger.
Young's Literal Translation (YLT) Seek Jehovah, all ye humble of the land, Who His judgment have done, Seek ye righteousness, seek humility, It may be ye are hidden in a day of the anger of Jehovah.
Cross Reference Genesis 7:15 in Oriya 15 ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
Exodus 12:27 in Oriya 27 ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବୀୟ ବଳିଦାନ; କାରଣ ମିସ୍ରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହ ସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।
2 Samuel 12:22 in Oriya 22 ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, “କେଜାଣି ସଦାପ୍ରଭୁ ମୋ' ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।”
2 Chronicles 34:27 in Oriya 27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Psalm 22:26 in Oriya 26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
Psalm 25:8 in Oriya 8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
Psalm 31:20 in Oriya 20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
Psalm 32:6 in Oriya 6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
Psalm 57:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ' ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Psalm 76:9 in Oriya 9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। ସେଲା
Psalm 91:1 in Oriya 1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Psalm 105:4 in Oriya 4 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
Psalm 149:4 in Oriya 4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
Proverbs 18:10 in Oriya 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Isaiah 11:4 in Oriya 4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
Isaiah 26:20 in Oriya 20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Jeremiah 3:13 in Oriya 13 ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।”
Jeremiah 4:1 in Oriya 1 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;
Jeremiah 22:15 in Oriya 15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ ? ତହିଁରେ ତାହାର ମଙ୍ଗଳ ହେଲା।
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Jeremiah 39:18 in Oriya 18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ,' ଏହା ସଦାପ୍ରଭୁ କହନ୍ତି।”
Jeremiah 45:5 in Oriya 5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ ? ତାହା ଚେଷ୍ଟା କର ନାହିଁ,' କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।'”
Hosea 7:10 in Oriya 10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।
Hosea 10:12 in Oriya 12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।
Joel 2:13 in Oriya 13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
Amos 5:4 in Oriya 4 କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।
Amos 5:14 in Oriya 14 ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Jonah 3:9 in Oriya 9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”
Zechariah 8:19 in Oriya 19 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।”
Matthew 5:5 in Oriya 5 ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Philippians 3:13 in Oriya 13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
Colossians 3:2 in Oriya 2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
1 Thessalonians 4:10 in Oriya 10 ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କରିବା ନିମନ୍ତେ ଉତ୍ସାହ ଦେଉଅଛୁ,
James 1:21 in Oriya 21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।
1 Peter 1:22 in Oriya 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
1 Peter 3:4 in Oriya 4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଇଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।
2 Peter 3:18 in Oriya 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।