Zephaniah 3:11 in Oriya 11 ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
Other Translations King James Version (KJV) In that day shalt thou not be ashamed for all thy doings, wherein thou hast transgressed against me: for then I will take away out of the midst of thee them that rejoice in thy pride, and thou shalt no more be haughty because of my holy mountain.
American Standard Version (ASV) In that day shalt thou not be put to shame for all thy doings, wherein thou hast transgressed against me; for then I will take away out of the midst of thee thy proudly exulting ones, and thou shalt no more be haughty in my holy mountain.
Bible in Basic English (BBE) In that day you will have no shame on account of all the things in which you did evil against me: for then I will take away from among you those who were lifted up in pride, and you will no longer be lifted up with pride in my holy mountain.
Darby English Bible (DBY) In that day thou shalt not be ashamed for all thy doings wherein thou hast transgressed against me; for then I will take away out of the midst of thee them that exult in thy pride, and thou shalt no more be haughty because of my holy mountain.
World English Bible (WEB) In that day you will not be disappointed for all your doings, in which you have transgressed against me; for then I will take away out of the midst of you your proudly exulting ones, and you will no more be haughty in my holy mountain.
Young's Literal Translation (YLT) In that day thou art not ashamed because of any of thine actions, Wherewith thou hast transgressed against Me, For then do I turn aside from thy midst The exulting ones of thine excellency, And thou dost add no more to be haughty, In My holy mountain.
Cross Reference Numbers 16:3 in Oriya 3 ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”
Psalm 49:5 in Oriya 5 ଯେତେବେଳେ ଅଧର୍ମ ମୋ' ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?
Psalm 87:1 in Oriya 1 ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଶ୍ରେଣୀରେ ସ୍ଥାପିତ।
Isaiah 11:9 in Oriya 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Isaiah 54:4 in Oriya 4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
Isaiah 61:7 in Oriya 7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
Isaiah 65:13 in Oriya 13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
Jeremiah 7:4 in Oriya 4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।
Jeremiah 7:9 in Oriya 9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ,
Ezekiel 7:20 in Oriya 20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
Ezekiel 24:21 in Oriya 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍ଗରେ ପତିତ ହେବେ।
Daniel 9:16 in Oriya 16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପିତୃପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।
Daniel 9:20 in Oriya 20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ'ର ପାପ ଓ ମୋ'ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ' ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
Joel 2:26 in Oriya 26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Zephaniah 3:19 in Oriya 19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।
Matthew 3:9 in Oriya 9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
Romans 2:17 in Oriya 17 କିନ୍ତୁ ଯଦି ତୁମ୍ଭେ ଯିହୂଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ୱରଙ୍କଠାରେ ଗର୍ବ କରୁଅଛ,
Romans 9:33 in Oriya 33 ଯେପରି ଲେଖା ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
1 Peter 2:6 in Oriya 6 କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।