Zephaniah 3:17 in Oriya 17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
Other Translations King James Version (KJV) The LORD thy God in the midst of thee is mighty; he will save, he will rejoice over thee with joy; he will rest in his love, he will joy over thee with singing.
American Standard Version (ASV) Jehovah thy God is in the midst of thee, a mighty one who will save; he will rejoice over thee with joy; he will rest in his love; he will joy over thee with singing.
Bible in Basic English (BBE) The Lord your God is among you, as a strong saviour: he will be glad over you with joy, he will make his love new again, he will make a song of joy over you as in the time of a holy feast.
Darby English Bible (DBY) Jehovah thy God is in thy midst, a mighty one that will save: he will rejoice over thee with joy; he will rest in his love; he will exult over thee with singing.
World English Bible (WEB) Yahweh, your God, is in the midst of you, a mighty one who will save. He will rejoice over you with joy. He will rest in his love. He will rejoice over you with singing.
Young's Literal Translation (YLT) Jehovah thy God `is' in thy midst, A mighty one doth save, He rejoiceth over thee with joy, He doth work in His love, He joyeth over thee with singing.'
Cross Reference Genesis 1:31 in Oriya 31 ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
Genesis 2:2 in Oriya 2 ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Genesis 18:14 in Oriya 14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।
Numbers 14:8 in Oriya 8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।
Deuteronomy 30:9 in Oriya 9 ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;
Psalm 24:8 in Oriya 8 ଗୌରବମୟ ରାଜା କିଏ ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।
Psalm 147:11 in Oriya 11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
Psalm 149:4 in Oriya 4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Isaiah 18:4 in Oriya 4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା।”
Isaiah 62:4 in Oriya 4 ତୁମ୍ଭେ “ପରିତ୍ୟକ୍ତା” ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ “ଅନାଥା” ବୋଲି ଆଉ ଡକାଯିବ ନାହିଁ; ମାତ୍ର “ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା)” ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।
Isaiah 63:1 in Oriya 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।
Isaiah 63:12 in Oriya 12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
Isaiah 65:19 in Oriya 19 ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।
Jeremiah 32:41 in Oriya 41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।”
Zephaniah 3:5 in Oriya 5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
Zephaniah 3:15 in Oriya 15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।
Luke 15:5 in Oriya 5 ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
Luke 15:23 in Oriya 23 ପୁଣି, ମୋଟା ବାଛୁରିଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
Luke 15:32 in Oriya 32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।
John 13:1 in Oriya 1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
John 15:11 in Oriya 11 ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥି ନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
Hebrews 7:25 in Oriya 25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।