Zephaniah 3:20 in Oriya 20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି।
Other Translations King James Version (KJV) At that time will I bring you again, even in the time that I gather you: for I will make you a name and a praise among all people of the earth, when I turn back your captivity before your eyes, saith the LORD.
American Standard Version (ASV) At that time will I bring you in, and at that time will I gather you; for I will make you a name and a praise among all the peoples of the earth, when I bring back your captivity before your eyes, saith Jehovah.
Bible in Basic English (BBE) At that time I will make you come in, at that time I will get you together: for I will make you a name and a praise among all the peoples of the earth when I let your fate be changed before your eyes, says the Lord.
Darby English Bible (DBY) At that time will I bring you, yea, at the time that I gather you; for I will make you a name and a praise, among all the peoples of the earth, when I shall turn again your captivity before your eyes, saith Jehovah.
World English Bible (WEB) At that time will I bring you in, and at that time will I gather you; for I will give you honor and praise among all the peoples of the earth, when I bring back your captivity before your eyes, says Yahweh.
Young's Literal Translation (YLT) At that time I bring you in, Even at the time of My assembling you, For I give you for a name, and for a praise, Among all peoples of the land, In My turning back `to' your captivity before your eyes, said Jehovah!
Cross Reference Psalm 35:6 in Oriya 6 ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
Isaiah 11:11 in Oriya 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
Isaiah 27:12 in Oriya 12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
Isaiah 56:5 in Oriya 5 ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।”
Isaiah 56:8 in Oriya 8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, “ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”
Isaiah 60:15 in Oriya 15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।
Isaiah 61:9 in Oriya 9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।
Isaiah 62:7 in Oriya 7 ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।
Isaiah 62:12 in Oriya 12 ପୁଣି, ଲୋକମାନେ ସେମାନଙ୍କୁ “ପବିତ୍ର ଲୋକ,” “ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ,” ଆଉ, ତୁମ୍ଭେ “ଅନ୍ୱେଷିତା,” “ଅପରିତ୍ୟକ୍ତା ନଗରୀ” ବୋଲି ଖ୍ୟାତ ହେବ।
Isaiah 66:22 in Oriya 22 “କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି।
Jeremiah 29:14 in Oriya 14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।”
Ezekiel 16:53 in Oriya 53 ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;
Ezekiel 28:25 in Oriya 25 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।
Ezekiel 34:16 in Oriya 16 “ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
Ezekiel 37:12 in Oriya 12 ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା।
Ezekiel 37:21 in Oriya 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Ezekiel 39:28 in Oriya 28 ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।
Joel 3:1 in Oriya 1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Zephaniah 2:7 in Oriya 7 ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।
Zephaniah 3:19 in Oriya 19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।
Malachi 3:12 in Oriya 12 “ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।